ଆଜି ସନ୍ଧ୍ୟାରେ ବସିବ ଛତିଶା ନିଯୋଗ ବୈଠକ
ପୁରୀ : ଆଜି ସନ୍ଧ୍ୟା ୫ଟା ସମୟରେ ବସିବ ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏହ ବୈଠକ ଅନୁଷ୍ଠିତ ହେବ । ବୈଠକରେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସପି ପ୍ରତୀକ ସିଂ, ଛତିଶା ନିଯୋଗର ସେବାୟତ ପ୍ରତିନିଧି ଉପସ୍ଥିତ ରହିବେ। ଅନ୍ୟାନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ବୈଠକ ଉପସ୍ଥିତ ରହିବେ।
ଆସନ୍ତା ୧୬ ତାରିଖ ଠାରୁ ଜାନୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପହିଲି ଭୋଗ ନୀତି ନିର୍ଘଣ୍ଟକୁ ବୈଠକରେ ଅନୁମୋଦନ କରାଯିବ । ଜାନୁଆରୀ ୩ ତାରିଖରେ ଦେବାଭିଷେକ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଓ ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ନୀତି ନିର୍ଘଣ୍ଟ ନେଇ ବୈଠକରେ ଆଲୋଚନା ହେବ । ସେହିପରି ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ସହଜ ଦର୍ଶନ ବ୍ୟବସ୍ଥା ନେଇ ଆଲୋଚନା ହେବ । ସଭାପତିଙ୍କ ଅନୁମୋଦନ କ୍ରମେ ବୈଠକରେ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ହୋଇପାରେ । ଏନେଇ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସୂଚନା ଦେଇଛନ୍ତି ।