ଆଜି ୧୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଆଜି ୧୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ବର: ପ୍ରଚଣ୍ଡ ବିଜୁଳି ଘଡଘଡି ସହ ଝଡ ବର୍ଷା ନେଇ ଆଜି ୧୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗିର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡା, ନବରଙ୍ଗପୁର, ନୂଆପଡା, କୋରାପୁଟ ଏବଂ ମାଲକାନଗିରିରେ ଝଡତୋଫାନ ହେବା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସାଙ୍ଗକୁ ପବନର ବେଗ ବୃଦ୍ଧି ହୋଇ ୪୦-୫୦ କିମି ପର୍ୟ୍ୟନ୍ତ ପହଞ୍ଚିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ କେନ୍ଦ୍ର କହିଛି ଯେ କାଳବୈଶାଖୀ ଜନିତ ବର୍ଷା ଯୋଗୁଁ ସୋମବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ୨-୩ ଡିଗ୍ରୀ ପର୍ୟ୍ୟନ୍ତ ହ୍ରାସ ହେବାର ସମ୍ଭାବନା ରହିଛି। ଏଭଳି ସ୍ଥିତି ୨୫ ତାରିଖ ପର୍ୟ୍ୟନ୍ତ ଜାରି ରହିବ ଓ ଏହାପରେ ପୁଣି ଗୋଟିଏ ପର୍ୟ୍ୟାୟରେ ଗ୍ରୀଷ୍ମ ଲହରୀ ଆରମ୍ଭ ହେବ। ଏହି ପର୍ୟ୍ୟାୟରେ ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ ବଢ଼଼ି ଚଳିତ ମାସ ଶେଷ ସୁଦ୍ଧା ତାପମାତ୍ରା ୪୬ ଡିଗ୍ରୀ ଡେଇଁବ ବୋଲି ଆକଳନ କରାଯାଉଛି।