ଆଦର୍ଶ ବିଦ୍ୟାଳୟର ବାର୍ଷିକୋତ୍ସବ "ଜୁମିଦ’

 ବିଶୋଇ:  ମୟୁରଭଞ୍ଜ ଜିଲ୍ଲା ବିଶୋଇ ବ୍ଲକର ଜାମିରଡିହା ସ୍ଥିତ ଆଦର୍ଶ ବିଦ୍ୟାଳୟରେ ବାର୍ଷିକ ଉତ୍ସବ "ଜୁମିଦ’ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ବାମନଘାଟି ଉପଜିଲ୍ଲାପାଳ ସମ୍ୟରଞ୍ଜନ ପ୍ରଧାନ ଯୋଗ ଦେଇ ଜଗନ୍ନାଥଙ୍କ ସମ୍ମୁଖରେ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ । ଶ୍ରୀ ପ୍ରଧାନ ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିବା ସହ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ । ଅନ୍ୟଅତିଥି ଭାବେ ମନୋଜ କୁମାର ମହାନ୍ତ, ବସନ୍ତ କୁମାର ଓତା, ରାଧା କାନ୍ତ ଦଳେଇ ପ୍ରମୁଖ ଯୋଗ ଦେଇଥିଲେ । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।