ଆନ୍ତଃ ବିଦ୍ୟାଳୟ ବକ୍ତୃତା ପ୍ରତିଯୋଗିତା

ସାଲେପୁର: ଜପକୁଦ ଅଞ୍ଚଳର ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ ଆନ୍ତଃ ବିଦ୍ୟାଳୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା କଟରପା ବଳଦେବଜୀଉ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ୬ଗୋଟି ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ । ବିଚାରକ ଭାବେ ଜପକୁଦ ମହିଳା ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟର ଅଧ୍ୟାପକ କୃଷ୍ଣରଂଜନ ଦାଶ, ଶିକ୍ଷାବିଭାଗର ଅଧ୍ୟାପିକା ମମତା ପଣ୍ଡା, ଆଞ୍ଚଳିକ ମହାବିଦ୍ୟାଳୟ ରେବାର ଓଡ଼ିଆ ଭାଷା ସାହିିତ୍ୟର ଅଧ୍ୟାପକ ଶିବପ୍ରସାଦ ସାହୁ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ମୁଖ୍ୟଅତିଥି ରୂପେ ବଳଦେବଜୀଉ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭାସ୍କର ଚନ୍ଦ୍ର ସାହୁ ଯୋଗ ଦେଇଥିଲେ । ଏହି ପ୍ରତିଯୋଗିତାରେ ରାମକୃଷ୍ଣପୁର ଉଚ୍ଚବିଦ୍ୟାଳୟର ଛାତ୍ରୀ ଗାୟତ୍ରୀ ସନ୍ଧ୍ୟା ଜେନା ପ୍ରଥମ, ବଟଗୋସ୍ୱାମୀ ଉଚ୍ଚ ବିଦ୍ୟାଳୟର ଛାତ୍ର ପ୍ରୀତିରାଜ ମହାନ୍ତି ଓ ମହଣ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଶୁଭଶ୍ରୀ ବେହେରା ଯୁଗ୍ମ ଭାବେ ଦ୍ୱିତୀୟ ଏବଂ ଯତୀନ୍ଦ୍ର ନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ କଲ୍ୟାଣୀ ପ୍ରଧାନ ତୃତୀୟ ସ୍ଥାନ ଅଧିକାର କରିଥିଲେ । କୃତି ପ୍ରତିଯୋଗୀ ତଥା ଅଂଶଗ୍ରହଣ କରିଥିବା ସମସ୍ତ ପ୍ରତିଯୋଗୀମାନଙ୍କୁ ଆସନ୍ତା ଜାନୁୟାରୀ ୬ତାରିଖରେ ଅନୁଷ୍ଠାନର ପ୍ରତିଷ୍ଠା ଦିବସ ସମାରୋହରେ ପୁରସ୍କୃତ କରାଯିବ ବୋଲି ସ୍ଥିର କରାଯାଇଛି ବୋଲି କର୍ମକର୍ତ୍ତାମାନେ ସୂଚନା ଦେଇଛନ୍ତି ।