ଆବାସ ପାଇଁ ଗୁହାରି

 ମାଲକାନଗିରି:   ମାଲକାନଗିରି ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ପଦମଗିରି ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଡିଏଫଓ ସାଇ କିରଣ, ଉପଜିଲ୍ଲାପାଳ ଅଶ୍ନି ଏଏଲ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ବ୍ରଜବନ୍ଧୁ ଦାସ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ମୋଟ ୪୫ ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା । ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ଆବାସ ସମସ୍ୟା ଓ ରାସନ୍ କାର୍ଡ ସମସ୍ୟା ଆଦି ପ୍ରମୁଖ ରହିଥିଲା । ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ।