ଆରମ୍ଭ ହେଉ ହେଉ ଗୃହ କାର୍ଯ୍ୟ ବନ୍ଦ : ଅପରାହ୍ଣ ୪ଟା ଯାଏ ମୁଲତବୀ

ଭୁବନେଶ୍ବର : ଆରମ୍ଭ ହେଉ ହେଉ ଗୃହ ମୁଲତବୀ । ଅପରାହ୍ଣ ୪ଟା ପର୍ଯ୍ୟନ୍ତ ମୁଲତବୀ ହୋଇଛି । ଆଜି ବିଧାନସଭାର ଚତୁର୍ଥ ଅଧିବେଶନର ତୃତୀୟ ଦିନ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ରାମଚନ୍ଦ୍ର କାଡ଼ାମ, ସିପିଆଇ (ଏମ୍) ବିଧାୟକ ଲକ୍ଷ୍ମଣ ମୁଣ୍ଡା ସମର୍ଥନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ବାଚସ୍ପତି ସୁରମା ପାଢ଼ୀ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ପରେ ବିରୋଧୀ ବିଜେଡି ସଦସ୍ୟମାନେ ସାର ପ୍ରସଙ୍ଗ ନେଇ ନାରାବାଜି କରିବା ସହ ହୋହଲ୍ଲା କରିବା ଯୋଗୁ ବାଚସ୍ପତି ଗୃହକୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ ।