ଆସୁଛି ଆଉ ଏକ ଲଘୁଚାପ !
ଭୁବନେଶ୍ୱର : ରାଜ୍ୟରେ ଶୀତର ଲହରୀ ଦିନକୁ ଦିନ ବଢ଼ିବାରେ ଲାଗିଥିବା ବେଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ । ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ସହ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତିକରି ଘନିଭୂତ ହେବ । ୨୪ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସମ୍ଭାବନା ରହିଛି । ପରବର୍ତ୍ତି ୪୮ ଘଣ୍ଟାରେ ଗତିର ଦିଗ ବଜାୟ ରଖିବ ଅବପାତ । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।