ଉକôଳମଣିଙ୍କ ଶ୍ରାଦ୍ଧଦିବସ ପାଳିତ

 ଭୁବନେଶ୍ୱର  : ଉକôଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ଶ୍ରାଦ୍ଧଦିବସ ପାଳନ ଅବସରରେ ଆଜି ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପବାଚସ୍ପତି ଭବାନୀଶଙ୍କର ଭୋଇଙ୍କ ସମେତ ବିଭିନ୍ନ ନେତାମନ୍ତ୍ରୀଙ୍କ ପକ୍ଷରୁ ଗୋପବନ୍ଧୁଙ୍କ ପ୍ରତିମୂତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, ବିଧାୟକ ସିଦ୍ଧାନ୍ତ ମହାପାତ୍ର, ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲି, ଉକôଳ ସମ୍ମିଳନୀର କାର୍ଯ୍ୟକର୍ତ୍ତା, ବିଧାନସଭା ସଚିବ ସତ୍ୟବ୍ରତ ରାଉତଙ୍କ ସମେତ ବିଧାନସଭାର ବରିଷ୍ଠ ଅଧିକାରୀ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଏ ଅବସରରେ ଶାଶ୍ୱତୀ ସାମାଜିକ-ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା ।