ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି
ାା ପ୍ରଭାନୁ୍ୟଜ୍ ।ା ବ୍ରହ୍ମପୁର/ନବରଙ୍ଗପୁର / ରାଇଘର: ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅସୀମ ପଣ୍ଡା ମିଳିତ ଅଭିଯୋଗ ଶୁଣାଣିରେ ଯୋଗ ଦେଇଥିଲେ । ଏହି ଅଭିଯୋଗ ଶୁଣାଣିର ସମୁଦାୟ ୬୧ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୫୮ଟି ଥିଲା ବେଳେ, ଗ୍ରାମ ଅଭିଯୋଗ ୩ଟି । ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୩୦,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା ଓ ଆବେଦନଗୁଡ଼ିକ ଶୁଣାଣି କରି ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଦେ୍ର୍ଦଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲାର ସମସ୍ତ ଅଧିକାରୀମାନେ ଓ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ବିଡିଓ, ତହସିଲଦାର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ ।
ସେହିପରି ରାଇଘର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡ ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ସିଡିଓ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ, ନବରଙ୍ଗପୁର ପ୍ରକାଶ ମିଶ୍ର , ଏସଡିପି ଓ ମଧୁସିକ୍ତା ମିଶ୍ର, ବିଡିଓ ରାଇଘର ଲକ୍ଷ୍ମୀ ସାଗର ମାଝୀ, ଡିଏସଏସଓ ସୁଧାଂଶୁ ପାତ୍ରଙ୍କ ସମେତ ସଂପୃକ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୨୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ସାମାଜିକ ସୁରକ୍ଷା ବିଭାଗ ତରଫରୁ ୩ଜଣଙ୍କୁ ହୁଇଲ ଚେୟାର ଓ୨ ଜଣଙ୍କୁ ଟ୍ରାଇ ସାଇକଲ ପ୍ରଦାନ କରାଯାଇଥିଲା ।