ଉପ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନନ୍ଦିତା

 ଭୁବନେଶ୍ୱର :  ଲୋକସେବା ଭବନରେ ଅଭିନେତ୍ରୀ ଏବ ଚଳଚ୍ଚିତ୍ର ନିର୍ମାତା ନନ୍ଦିତା ଦାସ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସାକ୍ଷାତ କରିଛନ୍ତି  । ଏହି ସାକ୍ଷାତକାର ସମୟରେ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ସେବା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଉପସ୍ଥିତ ଥିଲେ  । ଓଡ଼ିଶାର କଳା, ସଂସ୍କୃତିକୁ ବିଶ୍ୱବିଦିତ କରାଇବା ଓ ଓଡିଶା ମାଟିକୁ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ଆଗରେ ନିଜ ମନ୍ତବ୍ୟ ରଖିଥିଲେ  । ଏହିସବୁ ପ୍ରସ୍ତାବରେ ଆଗେଇବା ନିମନ୍ତେ ସେ ଓଡ଼ିଶା ସରକାର, ଉପମୁଖ୍ୟମନ୍ତ୍ରୀ ସିଂହଦେଓ ଏବଂ ସଂସ୍କୃତି ମନ୍ତ୍ରୀ ତଥା ବିଭାଗର ସହାୟତା ଲୋଡ଼ିଛନ୍ତି  । ପ୍ରସ୍ତାବ ଗୁଡିକ ଉପରେ ବିଭାଗୀୟ ଆଲୋଚନା ପରେ ସରକାରଙ୍କ ତରଫରୁ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି  । ଓଡ଼ିଶାର କଳା, ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ କରୁଥିବା ପ୍ରୟାସ ନିଶ୍ଚିତ ରୂପେ ସ୍ୱାଗତ ଯୋଗ୍ୟ ପଦକ୍ଷେପ ବୋଲି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ କହିଛନ୍ତି ।