ଉପ ରାଷ୍ଟ୍ରପତି ଅସୁସ୍ଥ: ଏମ୍ସରେ ପହଞ୍ଚô ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ମୋଦି
ଭୁବନେଶ୍ୱର : ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ରାଜ୍ୟସଭା ଅଧ୍ୟକ୍ଷ ତଥା ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼ । ରବିବାର ବିଳମ୍ବିତ ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ସଙ୍ଗେ ସଙ୍ଗେ ତାଙ୍କୁ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା । ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ମେଡିକାଲ୍ କର୍ତ୍ତୃପକ୍ଷ ସୂଚନା ଦେଇଥିବା ବେଳେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଡିକାଲ୍ରେ ପହଞ୍ଚô ଧନଖଡ଼ଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଏହାସହ ମୋଦି ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୋଦି ଏ ସମ୍ପର୍କରେ ଟ୍ୱିଟ୍ ମଧ୍ୟ କରିଛନ୍ତି । ସେ ଲେଖିଛନ୍ତି ଯେ, “ସେ ଏମ୍ସ ପରିଦର୍ଶନ କରିଛନ୍ତି ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ମୁଁ ତାଙ୍କର ଭଲ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।” ଏହା ପୂର୍ବରୁ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ମଧ୍ୟ ଧନଖରଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ପାଇଁ ଦିନକ ପୂର୍ବରୁ ଏମ୍ସ ଯାଇଥିଲେ । ରାଜ୍ୟସଭା ଉପାଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କୁ ରାତି ପ୍ରାୟ ୨ଟାରେ ଏମ୍ସକୁ ନିଆଯାଇଥିଲା । ସମ୍ବାଦ ସରବରାହ ସଂସ୍ଥା ପିଟିଆଇ ରିପୋର୍ଟ କରିଛି ଯେ ହୃଦରୋଗ ବିଭାଗର ମୁଖ୍ୟ ଡାକ୍ତର ରାଜୀବ ନାରଙ୍ଗଙ୍କ ତତ୍ତ୍ୱାବଧାନରେ ତାଙ୍କୁ କ୍ରିଟିକାଲ୍ କେୟାର ୟୁନିଟ୍ (ସିସିୟୁ)ରେ ଭର୍ତ୍ତି କରାଯାଇଛି ଏବଂ ଏବେ ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ଅଛି ।