‘ଏକାଗ୍ରତା ହିଁ ଛାତ୍ରଛାତ୍ରୀଙ୍କୁ ଲକ୍ଷ୍ୟ ସ୍ଥଳରେ ପହଞ୍ଚାଇଥାଏ’ : ସୁଭଦ୍ରା ମହତାବ ମହାବିଦ୍ୟାଳୟର ବାର୍ଷିକୋତ୍ସବ
ନିଶ୍ଚିନ୍ତକୋଇଲି: ନିଶ୍ଚିନ୍ତକୋଇଲି ପଞ୍ଚାୟତ ସମିତି ଅନ୍ତର୍ଗତ ଅସୁରେଶ୍ୱର ଠାରେ ଥିବା ସୁଭଦ୍ରା ମହତାବ ମହାବିଦ୍ୟାଳୟର ୪୬ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରାଧ୍ୟାପକ ବିରଞ୍ଚô ନାରାୟଣ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ମାହାଙ୍ଗା ବିଧାୟକ ଶାରଦା ପ୍ରସାଦ ପ୍ରଧାନ ଯୋଗ ଦେଇ ଛାତ୍ରଛାତ୍ରୀ ଏବଂ ଅଧ୍ୟାପକ ଅଧ୍ୟାପିକାଙ୍କ ମଧ୍ୟରେ ନିବିଡତା ରହିଲେ, ଶିକ୍ଷାର ମାନ ବୃଦ୍ଧି ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ । ମୁଖ୍ୟବକ୍ତା ଭାବେ କୋରେଇ ବିଧାୟକ ଆକାଶ ଦାସ ନାୟକ ଯୋଗ ଦେଇ ଛାତ୍ରଛାତ୍ରୀମାନେ ଏକାଗ୍ରତା ସହକାରେ ଶିକ୍ଷା ଗ୍ରହଣ କଲେ ଜୀବନର ଲକ୍ଷ୍ୟ ସ୍ଥଳରେ ପହଞ୍ଚô ପାରିବେ ବୋଲି କହିଥିଲେ । ଏହି ଅବସରରେ ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିଦ୍ୱୟ ମାନପତ୍ର ସହିତ ପୁରସ୍କାର ପ୍ରଦାନ କରିଥିଲେ । ମହାବିଦ୍ୟାଳୟ ପକ୍ଷରୁ ଛାତ୍ରଛାତ୍ରୀମାନଙ୍କ ମନୋରଂଜନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ବାର୍ଷିକ ଉତ୍ସବ କମିଟି ଆବାହିକା ଡଃ. ସୁପ୍ରଭା ପରିଡା ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଡ. କବିତା ଷଢଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।