ଏଚଆଇଭି ଓ ଏଡସ୍ ସଂକ୍ରମଣ ନିରାକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ

 ଭୁବନେଶ୍ୱର/ବ୍ରହ୍ମପୁର :  ଅନ୍ତର୍ଜାତୀୟ ଯୁବ ଦିବସ ଅବସରରେ ବ୍ରହ୍ମପୁର ସ୍ଥିତ ମହାରାଜ କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟର ପ୍ରେକ୍ଷାଳୟ ଠାରେ ଆୟୋଜିତ ଏଚ୍ଆଇଭି / ଏଡସ୍ ଓ ଯୌନ ସଂକ୍ରମଣ ନିରାକରଣ ପାଇଁ ରାଜ୍ୟସ୍ତରୀୟ ସ୍ୱତନ୍ତ୍ର ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ  ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଯୁବ ବର୍ଗଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଏବଂ ସଶକ୍ତିକରଣକୁ ପ୍ରାଥମିକତା ଦେଇ ଏହି ସ୍ୱତନ୍ତ୍ର ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହା ଆଜିଠୁ ଆସନ୍ତା ଅକ୍ଟୋବର ୧୧ ପର୍ଯ୍ୟନ୍ତ ଜାରି ରହିବ । ଏହା ମାଧ୍ୟମରେ ତୃଣମୂଳ ସ୍ତରରେ ଏଚ୍.ଆଇ.ଭି ସମ୍ପର୍କିତ ସଚେତନତାକୁ ଆହୁରି ବ୍ୟାପକ କରାଯିବ । ଏହା ଦ୍ୱାରା  ମୁଖ୍ୟମନ୍ତ୍ରୀଙ୍କ  ସୁସ୍ଥ ଓଡିଶା, ସମୃଦ୍ଧ ଓଡିଶା ସହ ଯୁବବର୍ଗଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ସୁନିଶ୍ଚିତ କରିବାର ସ୍ୱପ୍ନ ନିଶ୍ଚିତ ଭାବେ ପୂରଣ ହେବାରେ ସହାୟକ ହେବ ବୋଲି ମନ୍ତ୍ରୀ ଡ. ମହାଲିଙ୍ଗ କହିଛନ୍ତି ।  ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଧାୟକ କେ. ଅନୀଲ କୁମାର, ସୋରଡ଼ା ବିଧାୟକ  ନୀଳମଣି ବିଶୋଇ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ଜିଲ୍ଲାପାଳ କୀର୍ତ୍ତି ଭାସନ, ଜିଲ୍ଲା ମୁଖ୍ୟ ଚିକିସôା ଅଧିକାରୀ, ଏମ୍.କେ.ସି.ଜି ମେଡିକାଲ୍ କଲେଜର ଅଧ୍ୟକ୍ଷ, ଓସାକ୍ସର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।