ଏମ୍ଏନ୍ ହାଇସ୍କୁଲର ୪ଜଣଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ ଅଞ୍ଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ବହୁ ଗୌରବରେ ଗୌରବାନ୍ୱିତ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟର ୪ଜଣ ଶିକ୍ଷକ ଗୁରୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଲାଭକରି ଶିକ୍ଷାନୁଷ୍ଠାନର ଗୌରବ ବୃଦ୍ଧି କରିଛନ୍ତି । ପବିତ୍ର ଗୁରୁ ଦିବସ ତଥା ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମ ଦିବସ ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଦିଆଯାଇଛି । ଏହି ବିଦ୍ୟାଳୟରୁ ଚାରି ଜଣ ସୁନାମ ଧନ୍ୟ ଶିକ୍ଷକ, ଶିକ୍ଷୟତ୍ରୀଙ୍କୁ ଏହି ପୁରସ୍କାର ଦିଆଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡ଼ା ଜିଲ୍ଲା ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆୟର ଓ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ୍ତ ମୋହନ ବାରିକ ଯୋଗ ଦେଇ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲର ଇଂରାଜୀ ଶିକ୍ଷକ ସରୋଜ କୁମାର ସ୍ୱାଇଁ, ଗଣିତ ଶିକ୍ଷକ ତାପସ କୁମାର ବେହେରା, ସାମାଜିକବିଜ୍ଞାନ ଶିକ୍ଷୟିତ୍ରୀ ଅନିତା ଧଳ, କ୍ରୀଡା ଶିକ୍ଷକ ଶଶାଙ୍କ ଶେଖର ସାହୁଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରିଥିଲେ ।