ଏମ୍ସରେ ଭର୍ତ୍ତି ହେଲେ ହ୍ୟୁମାନ ସାଗର

ଏମ୍ସରେ ଭର୍ତ୍ତି ହେଲେ ହ୍ୟୁମାନ ସାଗର

ଭୁବନେଶ୍ୱର : ଓଡ଼ିଶାର ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । କିଛି ଦିନ ଧରି କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେ କିଡନୀ ଓ ଲିଭର ଜନିତ ସମସ୍ୟାରେ ପୀଡ଼ିତ ଅଛନ୍ତି । 

    ଏହା ପୂର୍ବରୁ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାର ସ୍ନାୟୁ ଜନିତ ରୋଗ ଏବଂ ଅନ୍ୟାନ୍ୟ ସଂକ୍ରମଣ ଯୋଗୁଁ ଏମ୍ସରେ ଚିକିତ୍ସିତ ହେଉଛନ୍ତି । ଗତ ସେପ୍ଟେମ୍ବର ୨୫ ତାରିଖରେ ତାଙ୍କୁ ମେଡ଼ିସିନ ୱାର୍ଡକୁ ଅଣାଯାଇଥିଲେ ବି, ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ପୁଣିଥରେ ଆଇସିୟୁରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ମଧ୍ୟ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ  ।