ଏଲଡବ୍ଲୁ୍ୟଇ ବିପଦ ମୂଳପୋଛ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ


ଭୁବନେଶ୍ୱର: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବୈଠକରେ ଆନ୍ଧ୍ରପ୍ରଦେଶ, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ତେଲଙ୍ଗାନା, ଓଡ଼ିଶା, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏହି ବୈଠକରେ ଏଲଡବ୍ଲୁଇ ପ୍ରଭାବିତ ରାଜ୍ୟଗୁଡ଼ିକୁ ବିକାଶ ସହାୟତା ଯୋଗାଇଦେବା ସହ ଜଡ଼ିତ ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଯୋଗଦେବେ । ଜାତୀୟ ସୁରକ୍ଷାର ଉପ ପରାମର୍ଶଦାତା ଏବଂ କେନ୍ଦ୍ର, ରାଜ୍ୟ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ୍)ର ବରିଷ୍ଠ ଅଧିକାରୀମାନେ ମଧ୍ୟ ଆଲୋଚନାରେ ଅଂଶଗ୍ରହଣ କରିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ମାର୍ଗଦର୍ଶନରେ କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ବାମପନ୍ଥୀ ଉଗ୍ରବାଦ (ଏଲଡବ୍ଲୁଇ)ର ବିପଦକୁ ସମ୍ପୂର୍ଣ୍ଣ ରୂପେ ଉଚ୍ଛେଦ କରିବାକୁ ପ୍ରତିଶ୍ରୁତିବଦ୍ଧ  । କେନ୍ଦ୍ର ସରକାର ନକ୍ସଲବାଦର ମୁକାବିଲା ପାଇଁ ଏଲଡବ୍ଲୁଇ ପ୍ରଭାବିତ ରାଜ୍ୟ ସରକାରଙ୍କୁ ସମସ୍ତ ସମ୍ଭବ ସହାୟତା ଯୋଗାଇ ଦେଉଛନ୍ତି  । କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଶ୍ରୀ ଶାହ ଶେଷ ଥର ପାଇଁ ୦୬ ଅକ୍ଟୋବର, ୨୦୨୩ରେ ଏଲଡବ୍ଲୁଇ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏଲଡବ୍ଲୁଇ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିଲେ  । ସେହି ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଏଲଡବ୍ଲୁଇ ଉଚ୍ଛେଦ ସଂକ୍ରାନ୍ତରେ ବ୍ୟାପକ ନିଦେ୍ର୍ଦଶ ଦେଇଥିଲେ ।