ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ : ଚାର୍ଜସିଟ୍‌ ଦାଖଲ କଲା ସିବିଆଇ 

ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ : ଚାର୍ଜସିଟ୍‌ ଦାଖଲ କଲା ସିବିଆଇ 

ଭୁବନେଶ୍ୱର : ଆଜି ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଚାର୍ଗସିଟ୍‌ ଦାଖଲ କରାଯାଇଛି ସିବିଆଇ । ଏସଆଇ ନିଯୁକ୍ତି ଜାଲିଆତି ମାମଲାରେ ୧୬ଜଣଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛି ସିବିଆଇ । ୨୯ତାରିଖ ସୁଦ୍ଧା ଚାର୍ଜସିଟ୍‌ ଦାଖଲ କରିବାକୁ ନିର୍ଦ୍ଦେଶ ରହିଥିଲା । ମାମଲାରେ ସଂପୃକ୍ତି ଥିବା ନେଇ ଗିରଫ ହୋଇଥିବା ୧୬ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ପାଇ ପ୍ରାଥମିକ ଚାର୍ଜସିଟ୍‌ ଦାଖଲ କରିଛି ସିବିଆଇ।

  ଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ ନାଁରେ ଚାର୍ଜସିଟ୍‌ ଦାଖଲ କରାଯାଇଛି । ୧୬ଜଣଙ୍କ ମଧ୍ୟରୁ ୯ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ପରେ ୭ଜଣ ଅଭିଯୁକ୍ତଙ୍କୁ ସିବିଆଇ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଏହି ମାମଲାର ତଦନ୍ତ ଚାଲିଛି, ଆହୁରି ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ଥିବା ନେଇ ସିବିଆଇ ଚାର୍ଜସିଟରେ ଦର୍ଶାଇଛି ।