ଓଏଏସ୍ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର
ଯାଜପୁର ଟାଉନ : ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମରଣାନ୍ତକ ଆକ୍ରମଣକୁ ନିନ୍ଦା କରିବା ସହ ଏଥିପ୍ରତି ରାଜ୍ୟ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି ଜିଲାରେ କାର୍ଯ୍ୟରତ ଓଏଏସ୍ ସଂଘ । ଏନେଇ ଜିଲାପାଳ ପି.ଅନ୍ୱେଷା ରେଡ୍ଡୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିବା ସହ ଘଟଣାକୁ ନେଇ ତୀବ୍ର ପ୍ରତିବାଦ କରିଥିଲେ । ଯଦି ଆଗାମୀ ଦିନରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରାଯାଏ ତେବେ ଯାଜପୁର କାର୍ଯ୍ୟରତ ଓଏଏସ୍ ସଂଘ କାର୍ଯ୍ୟବନ୍ଦ କରିବ ବୋଲି ଚେତାବନୀ ଦେଇଥିଲେ । ଜିଲାଗ୍ରାମ୍ୟ ଉନ୍ନୟନ ସଂସ୍ଥାର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶୋକ କୁମାର ବେହୁରିଆ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)ଶିବାନନ୍ଦ ସ୍ୱାଇଁ, କଳିଙ୍ଗନଗର ଅତିରିକ୍ତ ଜିଲାପାଳଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ ।