ଓଡ଼ିଶା ଆସିବେ ଶାହା

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୨ରେ ଦୁଇ ଦିନିଆ ଓଡ଼ିଶା ଗସ୍ତର ଆସିବେ। ବିଭିନ୍ନ ସରକାରି ପ୍ରକଳ୍ପର ଶିଳାନ୍ୟାସରେ ଯୋଗଦେବେ।
ଅନ୍ୟପକ୍ଷେ, ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସିବେ । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମିଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ନୟାଗଡ଼ ଜିଲାପାଳ ଓ ଏସ୍ପି ସ୍ଥିତି ସମୀକ୍ଷା କରିଛନ୍ତି।