ଓଡ଼ିଶା ଦିବସ: କଟକରେ ମୁଖ୍ୟମନ୍ତ୍ରୀ, ଭୁବନେଶ୍ୱରରେ ବାଚସ୍ପତି

 ଭୁବନେଶ୍ୱର: ଓଡ଼ିଶା ଦିବସ ମହାସମାରୋହରେ ପାଳିତ ହେବ  । କଟକର ସତ୍ୟଭାମାପୁରରେ ଆୟୋଜିତ ରାଜ୍ୟସ୍ତରୀୟ ଉତ୍ସବରେ ମୁଖ୍ୟଅତିଥି ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  । ସେହିପରି ଭୁବନେଶ୍ୱରରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ବାଚସ୍ପତି ସୁରମା ପାଢ଼ୀ ଯୋଗଦେବେ  ।
ଅପରପକ୍ଷରେ ଗଜପତିରେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ଖୋର୍ଦ୍ଧାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ପୁରୀରେ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଦେବଗଡ଼ରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ନବରଙ୍ଗପୁରରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଜିଲ୍ଲାସ୍ତରୀୟ ଉତ୍ସବର ମୁଖ୍ୟ ଅତିଥି ହେବେ  । ସେହିପରି ଗଞ୍ଜାମରେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମୟୂରଭଞ୍ଜରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଅନୁଗୁଳରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, କେନ୍ଦୁଝରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ନୟାଗଡ଼ରେ ଏମଏସଏମଇ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ, ଯାଜପୁରରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଓ ଜଗତସିଂହପୁରରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ମୁଖ୍ୟ ଅତିଥି ହେବେ  । ବାକି ସବୁ ଜିଲ୍ଲାରେ ଜିଲ୍ଲାପାଳମାନେ ମୁଖ୍ୟ ଅତିଥି ହେବେବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି  ।