"ଓଡ଼ିଶାରେ କେହି ରହିବେନି ଭୂମିହୀନ'


ଓଡିଶାରେ କେହିବି ଭୂମିହୀନ ରହିବେ ନାହିଁ  । ଯେଉଁମାନଙ୍କର ୪ ଡେସିମିଲରୁ କମ ଜମି ଅଛି, ସେମାନଙ୍କୁ ବି ଭୂମିହୀନ ଭାବେ ଗଣାହେବେ  । ସରକାର ସେମାନଙ୍କୁ ଜମି ଯୋଗାଇ ଦେବେ । ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀ ସମ୍ମିଳନୀରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  । ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ  । ଏଣୁ  ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ  । ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ  । ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି  ।  ଲୋକଙ୍କ ସରକାର ହିସାବରେ ଲୋକ ଏବଂ ସରକାରଙ୍କ ବ୍ୟବଧାନ କମାଇବା ଦରକାର  । ନ୍ୟାୟ ପ୍ରଦାନ କରିବା ଆମର ପ୍ରଥମ କର୍ତ୍ତବ୍ୟ  । ବାତ୍ୟା ‘ଦାନା’ର ସଫଳ ମୁକାବିଲାରେ ଆମେ ସକ୍ଷମ ହୋଇଛୁ  ।  ୮.୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବାବେଳେ ବାତ୍ୟାରେ ଜଣେବି ମୃତୁ୍ୟବରଣ କରିନାହାନ୍ତି  ।
ସମସ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆପଣମାନେ ସରକାରର ପ୍ରତିନିଧି ଭାବରେ ଗାଁ ଓ ଗ୍ରାମବାସୀଙ୍କୁ ସମୟରେ ଓ ନ୍ୟାୟସଙ୍ଗତ ସେବା ଦେବା ପାଇଁ ତତ୍ପର ହେବା ଆବଶ୍ୟକ ଅଛି  ।  ଯେଉଁମାନେ ଦୀର୍ଘଦିନ ଧରି ବଞ୍ଚିତ ଓ ଅବହେଳିତ – ସେମାନେ ହେଉଛନ୍ତି ସରକାରଙ୍କ ପ୍ରଥମ ପ୍ରାଥମିକତା ।  ବହୁତ ମୂଲ୍ୟବାନ ସରକାରୀ ଜମି ଜବରଦଖଲରେ ଅଛି  । ସେହି ସରକାରୀ ଜମିକୁ ଆପଣ ଜବରଦଖଲମୁକ୍ତ କରି ତାହାର ସୁରକ୍ଷା କରନ୍ତୁ  । ସମୟ ସୀମା ମଧ୍ୟରେ ଦାଖଲ ଖାରଜ ମାମଲା ଓ ଅନ୍ୟାନ୍ୟ ଜମିଜମା ମାମଲାର ତ୍ୱରିତ ଫଇସଲା କରନ୍ତୁ  । ଦ୍ଭ ୭ ପୃଷ୍ଠାରେ...