କଟକ ଗଣ୍ଡଗୋଳ: ୮ ଗିରଫ

କଟକ ଗଣ୍ଡଗୋଳ: ୮  ଗିରଫ
କଟକ : କଟକ ଗଣ୍ଡଗୋଳ ଘଟଣାରେ ୮ଜଣ ଗିରଫ। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ଏସ୍‍ ଦେବଦତ୍ତ ସିଂହ। ଆଗକୁ ଆହୁରି ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ୩ଟି ମାମଲାରେ ୮ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଅଭିଯୁକ୍ତଙ୍କ ବିରୋଧରେ ସଙ୍ଗୀନ ଦଫା ଲଗାଇଛି ପୁଲିସ। ବିନା ଅନୁମତିରେ ଶୋଭାଯାତ୍ରା ବହାର କରିବା, ବେଆଇନ ଭାବେ ସହର ପରିକ୍ରମା କରି ଏକାଠି ହେବା, ପୁଲିସ ଉପରେ ଆକ୍ରମଣ ଭଳି ମାମଲା ରୁଜୁ କରିଛି ପୁଲିସ। ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ଏହା ସହ କଟକରେ ଶାନ୍ତି ଓ ସଦଭାବନା ବଜାୟ ରଖିବା ପାଇଁ ଜନସାଧାରଣଙ୍କୁ ନିବେଦନ କରାଯାଉଛି ।