କଳା ଦିବସର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଲୋଚନାଚକ୍ର
ବାଲେଶ୍ୱର : ୧୯୭୫ ଜୁନ ୨୫ ତାରିଖରେ ସମ୍ବିଧାନ ଓ ଗଣତନ୍ତ୍ରକୁ ହତ୍ୟା କରି କ୍ଷମତା ଲାଳସାରେ ତତ୍କାଳୀନ କଂଗ୍ରେସ ସରକାରଙ୍କ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଇନ୍ଦିରା ଗାନ୍ଧୀ ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରିଥିଲେ । ଏହି କଳା ଅଧ୍ୟାୟର ସ୍ମୃତିଚାରଣ କରିବା ପାଇଁ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ ଆଲୋଚନାଚକ୍ର ଜିଲ୍ଲା ସଭାପତି ଇଶ୍ୱର ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ସ୍ଥାନୀୟ ସିଦ୍ଧି କଲ୍ୟାଣ ମଣ୍ଡପରେ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟବକ୍ତା ଭାବେ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଯୋଗ ଦେଇ ବ୍ୟକ୍ତବ୍ୟରେ ଦେଶରେ ଜରୁରୀକାଳୀନ ପରିସ୍ଥିତିର କଳା ଅନୁଭୂତି ଶୁଣାଇଥିଲେ । ଏହି ଅବସରରେ ସେ ସମୟରେ ଗୃହବନ୍ଦୀ ଥିବା ବାହାନଗା ଅଞ୍ଚଳର ବୈରାଗୀ ଚରଣ ବେହେରାଙ୍କୁ ସମ୍ମାନିତ କରାଯାଇଥିଲା ଏବଂ ସେ ତାଙ୍କର ଅନୁଭୂତି କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶାସକ ଦଳର ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ, ପୂର୍ବତନ ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର, ପୂର୍ବତନ ଜିଲ୍ଲା ସଭାପତି ଲମ୍ବୋଦର ନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶୋଭନା ମହାନ୍ତି ଓ ଶୁଭଙ୍କର ମହାପାତ୍ର, ଗଣମାଧ୍ୟମ ସଂଯୋଜକ ଶ୍ରୀନିବାସ ପ୍ରଧାନ, ଜିଲ୍ଲା ସାଧାରଣ ସମ୍ପାଦକ ପର୍ଶୁରାମ ପରିଡ଼ା, ବସ୍ତା ବିଧାୟକ ପ୍ରାର୍ଥୀ ରବିନ୍ଦ୍ର ଅଣ୍ଡିଆ, କାର୍ଯ୍ୟକ୍ରମ ସହସଂଯୋଜକ ଆଶିଷ ଘୋଷ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଜିଲ୍ଲା ସମ୍ପାଦକ ବିଜୟ ସାହୁ, ଚନ୍ଦ୍ରଶେଖର ନନ୍ଦ ଆଲୋଚନା ଚକ୍ର ଓ ପ୍ରଦର୍ଶନୀ ପରିଚାଳନାରେ ସହଯୋଗ କରିଥିଲେ ।