କାରାପୁଟ ମେଡ଼ିକାଲ କଲେଜରେ ମୁଖ୍ୟମନ୍ତ୍ରୀ: ୬୫୦ ଶଯ୍ୟା ହସପିଟାଲ୍ ଉଦ୍ଘାଟିତ



ଭୁବନେଶ୍ୱର/କୋରାପୁଟ:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ  ଚିକିସôାଳୟର ଉଦ୍ଘାଟନ କରିଛନ୍ତି  । ଏହି ଅବସରରେ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଅର୍ଥନୈତିକ କରିଡ଼ରର ୬ ଲେନ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏଥିସହିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଆବଶ୍ୟକ ଥିବା ସମସ୍ତ ଖାଲି ପଡ଼ିଥିବା ସ୍ୱାସ୍ଥ୍ୟ ସେବା ପଦବୀ ପୂରଣ ହେବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି  ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ସ୍ୱାସ୍ଥ୍ୟ ସେବା ପାଇଁ କୋରାପୁଟବାସୀଙ୍କୁ ଯେପରି ଆଉ ଦୂର ଦୁରାନ୍ତ ସହରକୁ ଯାଇ ହଇରାଣ ହରକତ ହେବାକୁ ନପଡେ ସେଥିପାଇଁ ଆମ ସରକାର ସମସ୍ତ ବ୍ୟବସ୍ଥା କରୁଛନ୍ତି  । ଏହି ମେଡିକାଲ କଲେଜ ହସ୍ପିଟାଲ ଦ୍ୱାରା କୋରାପୁଟ ସମେତ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲ୍ଲା ଏବଂ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ଲୋକମାନେ ମଧ୍ୟ ଉପକୃତ ହେବେ  । ଏହି ନୂଆ ହସ୍ପିଟାଲରେ   ଆପଣମାନେ ସବୁପ୍ରକାରର ଅତ୍ୟାଧୁନିକ ଚିକିସôା ସୁବିଧା ପାଇପାରିବେ  । ସେ କହିଥିଲେଯେ ବିକାଶ ସହିତ ଦୁର୍ନୀତିମୁକ୍ତ ଶାସନ ଆମର କର୍ତ୍ତବ୍ୟ  । ଆମ ସରକାର ଆସିବା ପରେ ରାଜ୍ୟରେ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଗୁଣାତ୍ମକମାନ ବୃଦ୍ଧି କରିବା ଉପରେ ପ୍ରାଥମିକତା ଦେଉଛନ୍ତି  । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବର୍ଷ ବର୍ଷ ଧରି ଖାଲି ପଡିଥିବା ପଦବୀ ଅଗ୍ରାଧିକାର ଭିତ୍ତିରେ ପୂରଣ କରାଯାଉଛି  । ରାଜ୍ୟରେ ବର୍ତ୍ତମାନ ୧୨ ଟି ସରକାରୀ ମେଡିକାଲ କଲେଜ ଅଛି  । ଖୁବ୍ଶୀଘ୍ର ଆଉ ୪ଟି ଜିଲ୍ଲା ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ ଓ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ହେବ  ।
ଏହି ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ରୋଗୀମାନଙ୍କ ପାଇଁ ବହୁବିଧ ଚିକିସôା ସୁବିଧା କରାଯାଉଛି  । ସିଟି ସ୍କାନ୍, ଡାଏଲିସିସ୍, ମାମୋଗ୍ରାଫି ପରି ଅତ୍ୟାଧୁନିକ ରୋଗ ନିରୂପଣ ପରୀକ୍ଷା ନିରୀକ୍ଷାର ବ୍ୟବସ୍ଥା ମଧ୍ୟ କରାଯାଉଛି  । ଗୁରୁତର ରୋଗୀମାନଙ୍କ ପାଇଁ ଯେପରି ଅକ୍ସିଜେନର ଅଭାବ ନହେବ ସେଥିନିମନ୍ତେ ସ୍ୱତନ୍ତ୍ର ଅକ୍ସିଜେନ୍ ପ୍ଲାଣ୍ଟ ବସାଯାଉଛି  । ଏହି ହସ୍ପିଟାଲ ସଂଲଗ୍ନ ୨ ଏକର ପରିମିତ ଜାଗାରେ କ୍ୟାନ୍ସର ଚିକିସôା ହସ୍ପିଟାଲ ମଧ୍ୟ ନିର୍ମାଣ କରାଯାଉଛି  । ଏଥିପାଇଁ ଆମ ସରକାର ପ୍ରାୟ ୪୧ କୋଟି ୧୫ ଲକ୍ଷ ଟଙ୍କାର ବ୍ୟୟ ବରାଦ କରିଛନ୍ତି ବୋଲି ସେ କହିଥିଲେ  ।  ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩ କୋଟି ୪୬ ଲକ୍ଷ ଅର୍ଥାତ୍ ୮୦ ପ୍ରତିଶତ ଲୋକ ଉପକୃତ ହେଉଛନ୍ତି  । ବର୍ତ୍ତମାନ ସୁଦ୍ଧା ଏହି ଦୁଇ ଯୋଜନାରେ ରାଜ୍ୟର ପ୍ରାୟ ୩ ଲକ୍ଷ ୯୧ ହଜାର ହିତାଧିକାରୀମାନଙ୍କ ପାଇଁ ୯ ଶହ କୋଟି ଟଙ୍କାର ଚିକିସôା ସୁବିଧା ପ୍ରଦାନ କରାଯାଇଛି  । ସେହିଭଳି ଧନୀ, ଗରିବ ନିର୍ବିଶେଷରେ ୭୦ ବର୍ଷରୁ ଉର୍ଦ୍ଧ୍ୱ ୮୬୪୪ ଜଣ ହିତାଧିକାରୀଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୩୫ କୋଟି ୬୦ ଲକ୍ଷ ଟଙ୍କାର ଚିକିସôା ସୁବିଧା ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ  । କୋରାପୁଟ ଜିଲ୍ଲାରେ ବର୍ତ୍ତମାନ ୪ଟି ବେସରକାରୀ ହସ୍ପିଟାଲ୍କୁ ଏହି ଦୁଇ ଯୋଜନାରେ ଅନୁମୋଦନ ମିଳିଛି  । ଯେଉଁଠି ଲୋକେ କ୍ୟାଶଲେସ୍ ଚିକିସôା ସୁବିଧା ପାଉଛନ୍ତି  । ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେଯେ ମାତ୍ର ଏକ ବର୍ଷର ସରକାରରେ ଅନେକ କିଛି କାର୍ଯ୍ୟ ହୋଇଛି ସବୁ କ୍ଷେତ୍ରରେ  । ଏହି କାର୍ଯ୍ୟ ଆହୁରି ଅଧିକ ଗତିରେ ତ୍ୱରାନ୍ୱିତ ହେବ  । ଆମ ସରକାର ହେଉଛି ଲୋକଙ୍କ ସରକାର  । ୨୦୩୬ ମସିହାରେ ସମୃଦ୍ଧ ଓଡ଼ିଶା ଗଠନ ସହ ୨୦୪୭ ମସିହା ବେଳକୁ ବିକଶିତ ଭାରତ ଗଠନରେ ଓଡ଼ିଶାକୁ ଅଗ୍ରଣୀ ସ୍ଥାନରେ ପହଞ୍ଚାଇବା ପାଇଁ ଆମ ସରକାର ଅହରହ ପ୍ରଚେଷ୍ଟା ଜାରି ରଖିଛନ୍ତି  ।   ଉକ୍ତ କାର୍ଯ୍ୟକ୍ରମ ଅବସରରେ ସ୍ୱାସ୍ଥ୍ୟ ତଥା ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କହିଥିଲେଯେ, କୋରାପୁଟ ଜିଲ୍ଲା ସ୍ୱାସ୍ଥ୍ୟ ସେବା ବିକାଶ ଇତିହାସରେ ଆଜି ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହେଉଛି  । ଆଜିର ଏହି ଶୁଭ ଅବସରରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ ନୂଆ ହସ୍ପିଟାଲ ଉଦ୍ଘାଟନ ଅବିଭକ୍ତ କୋରାପୁଟ ଜିଲ୍ଲାର ସ୍ୱାସ୍ଥ୍ୟ ସେବା ପାଇଁ ଏକ ଅନନ୍ୟ ପ୍ରାରମ୍ଭ ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା - ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ଆୟୁଷ୍ମାନ୍ ବୟୋ ବନ୍ଦନା ଯୋଜନା ଅନ୍ତର୍ଗତ ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ ସେବା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ ।
କାର୍ଯ୍ୟକ୍ରମରେ ମସô୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଲକ୍ଷ୍ମୀପୁର ବିଧାୟକ  ପବିତ୍ର ସାଉଁତା, କୋଟପାଡ଼ ବିଧାୟକ ରୁପୁ ଭତ୍ରା, ଜିଲ୍ଲାପାଳ ମନୋଜ ସତ୍ୟବାନ୍ ମହାଜନ ପ୍ରମୁଖ ମଞ୍ଚାସୀନ ଥିବାବେଳେ ସମାରୋହରେ କୋରାପୁଟ ବିଧାୟକ  ରଘୁରାମ ମାଛ ସ୍ୱାଗତ ଭାଷଣ ଦେଇଥିବା ବେଳେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଧନ୍ୟବାଦ ଅର୍ପଣ କରିଥିଲେ ।