କିମ୍ବଦନ୍ତୀରେ ବାଇଶି ପାହାଚ

ସିଂହଦ୍ୱାର ଗୁମୁଟରୁ ମନ୍ଦିର ଭିତରକୁ ପ୍ରବେଶ କରିବାକୁ ଅର୍ଥାତ କୁର୍ମବେଢ଼ା, ରୋଷଶାଳ, ଆନନ୍ଦ ବଜାର ଯିବା ପାଇଁ ଥିବା ବାଇଶି ଗୋଟି ପାହାଚ ବାଇଶି ପାହାଚ ନାମରେ ଜଣା । ବାଇଶି ପାହାଚ ବଉଳମାଳା ମାଙ୍କଡ଼ା ପଥରରେ ତିଆରି । ପାହାଚଗୁଡ଼ିକର ଓସାର ୬ଫୁଟ, ଲମ୍ବ ୭୦ଫୁଟ ଓ ଉଚ୍ଚତା ୬ଇଞ୍ଚରୁ ୭ଇଞ୍ଚ ମଧ୍ୟରେ ହେବ । ବାଇଶି ପାହାଚରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦିଆଯାଏ ।ଭକ୍ତମାନେ ବର୍ଷସାରା ବାଇଶି ପାହାଚ ବାଟଦେଇ ଶ୍ରୀଜୀଉମାନଙ୍କୁ ଦର୍ଶନ କରିବାକୁ ଯାଉଥିବା ବେଳେ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ଶ୍ରୀଜୀଉମାନେ ଶ୍ରୀମନ୍ଦିରର ରନôସିଂହାସନ ଛାଡ଼ି ବାଇଶି ପାହାଚ ବାଟ ଦେଇ ବଡ଼ଦାଣ୍ଡରେ ଥିବା ରଥକୁ ଆସିଥାନ୍ତି । ବାଇଶି ପାହାଚର ଅଧିଷ୍ଠାତ୍ରୀ ଦେବୀଗଣ ହେଉଛନ୍ତି ମାୟା, ଚେତନା, ବୁଦ୍ଧି, ନିଦ୍ରା, କ୍ଷୁଧା, ଛାୟା, ତୃଷ୍ଣା, କ୍ଷାନ୍ତି, ଜାତି, ଲଜ୍ଜା, ଶାନ୍ତି, କାନ୍ତି, ବୃତ୍ତି, ସ୍ମୃତି, ଦୟା, ତୁଷ୍ଟି, ବିକ୍ରୀ, ମାତୃ, ଭ୍ରାନ୍ତି ଓ ପ୍ରଜ୍ଞା । ବିଶ୍ୱାସ ରହିଛି ଯେ, ୨୨ ପାହାଚ ଅତିକ୍ରମ କରିବା ଦ୍ୱାରା ପ୍ରତ୍ୟେକ ମଣିଷ ୨୨ ପ୍ରକାର ପାପରୁ ମୋକ୍ଷ ପାଇଥାଏ । ୨୨ ପାହାଚ ଯୋଗ ବିଦ୍ୟା ବର୍ଣ୍ଣିତ ୨୨ଟି ସ୍ତରର ପ୍ରତୀକ । ବାଇଶି ପାହାଚରେ ଦ୍ୱିତୀୟ ସୋପାନରେ ରହିଛି ଜମଶିଳା । ଶ୍ରଦ୍ଧାଳୁମାନେ ଏହି ଶିଳାକୁ ସ୍ପର୍ଶ କରି ଜଗନ୍ନାଥଙ୍କୁ ଦର୍ଶନ କଲେ ଅକାଳ ମୃତୁ୍ୟ ହୁଏ ନାହିଁ ଓ ସମସ୍ତ ପାପ ନାଶ ହୋଇ ଜୀବ ବୈକୁଣ୍ଠଗାମୀ ହୁଏ ବୋଲି ଲୋକ ବିଶ୍ୱାସ ରହିଛି ।
କିମ୍ବଦନ୍ତୀ ମତେ ଭାନୁଦେବ ନାମରେ ଜଣେ ନିଃସନ୍ତାନ ରାଜା ଜମ୍ବେଶ୍ୱରଙ୍କୁ ଆରାଧନା କରି ସୁନ୍ଦର ପୁତ୍ର ସନ୍ତାନଟିଏ ଲାଭ କରିଥିଲେ । ଜାତକ ତିଆରି କଲାବେଳେ ରାଜା ଜାଣିବାକୁ ପାଇଲେ ତାଙ୍କ ପୁତ୍ରର ଆୟୁଷ କେବଳ ୨୨ବର୍ଷ । ପୁତ୍ରର ଅଳ୍ପାୟୁ ବାବଦରେ ଅବଗତ ହୋଇ ରାଜା ଭାନୁଦେବ ପୁନଶ୍ଚ ଜମ୍ବେଶ୍ୱରଙ୍କୁ ଆରାଧନା କରିଥିଲେଓ ପରେ ଜମ୍ବେଶ୍ୱର ରାଜାଙ୍କ ଭକ୍ତିରେ ସନ୍ତୁଷ୍ଟ ହୋଇ ଶ୍ରୀମନ୍ଦିର ଭିତରେ ବାଇଶି ପାହାଚ ନିର୍ମାଣ କରିବାକୁ ଆଜ୍ଞା ଦେଇଥିଲେ । ରାଜା ବାଇଶି ପାହାଚ ନିର୍ମାଣ କରି ତାଙ୍କ ସନ୍ତାନର ଆୟୁ ବୃଦ୍ଧି ପାଇଁ ସେହି ବାଇଶି ପାହାଚରେ ଗଡ଼ାଇ ଦେଇଥିଲେ । ସେବେଠୁ ଶ୍ରଦ୍ଧାଳୁମାନେ ସେଥିପାଇଁ ନିଜ ନିଜ ପିଲାମାନଙ୍କର ଆୟୁଷ ବୃଦ୍ଧି ନିମନ୍ତେ ବାଇଶି ପାହାଚରେ ଗଡାଇ ଦେଇଥାନ୍ତି ।