କୃଷି ପାଇଁ ୩୭, ୮୦୦ କୋଟି

ଭୁବନେଶ୍ୱର:  ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ୨୦୨୫-୨୬ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ।  ରାଜ୍ୟ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । 
ତେବେ କୃଷି ପାଇଁ ଏଥର ବଜେଟରେ  ୩୭, ୮୦୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ । ସିଏମ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି । ଫସଲ ବିବିଧତାର ପ୍ରସାର ପାଇଁ ୬୯୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ମିଲେଟ ଶ୍ରୀଅନ୍ନ ଯୋଜନାକୁ ୧୭୭ଟି ବ୍ଲକକୁ ବର୍ଦ୍ଧିତ କରାଯାଇଛି । ମିଲେଟ ପାଇଁ ଏମଏସପି ୪୨୯୦ ଟଙ୍କା ବାଦ ଅଧିକ ୨୦୦ ଟଙ୍କା ମିଳିବ । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟେଗ ପାଇଁ ୨୯୩ କୋଟି ଟଙ୍କା ରଖାଯାଇଛି । ଓୟୁଏଟି ପାଇଁ  ୫୧୧ କୋଟିର ବ୍ୟୟବରାଦ ହୋଇଛି । ୨୦୨୫-୨୬ରେ ୨ ଲକ୍ଷ ୭୫ ହେକ୍ଟର ଜମି ଜଳସେଚିତ କରିବୁ । ଏହି ଅବସରରେ ସେ ନିଜର ବଜେଟ ଅଭିଭାଷଣରେ କହିଛନ୍ତି ଯେ ରାଜ୍ୟର ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବ । ଉକ୍ରର୍ଷ ଓଡ଼ିଶା ଜରିଆରେ ୫୯୩ ପ୍ରକଳ୍ପକୁ ଗ୍ରହଣ କରାଯାଇଛି । ମୋଯ ୧୬ ଲକ୍ଷ ୭୩ ହଜାର କୋଟି ପୁଞ୍ଜି ନିବେଶ ଲକ୍ଷ୍ୟ ରଖାଯାଇଛି । ୧୨ ଲକ୍ଷ ୮୮ ହଜାର ନିଯୁକ୍ତି ନେଇ ଆମେ ଆଶାବାସୀ ରହିଛୁ । ଶିକ୍ଷା, ସ୍ୱାସ୍ଥ୍ୟ କ୍ଷେତ୍ରରେ ଅଧିକ ସମ୍ବଳ ବିନିଯୋଗ ନେଇ ଲକ୍ଷ୍ୟ ରଖିଛୁ । ଗ୍ରାମାଞ୍ଚଳରେ ଅଧିକ ପୁଞ୍ଜି ବିନିଯୋଗ କରି ବିକାଶ କରିବୁ ।