କୃଷି ଯନ୍ତ୍ରପାତି ମେଳା ଉଦ୍ଘାଟିତ ": ଆଧୁନିକ କୌଶଳରେ ଚାଷ ଉପରେ ଗୁରୁତ୍ୱାରୋପ'
ଢେଙ୍କାନାଳ: ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ ମିନି ଷ୍ଟାଡ଼ିୟମ ଠାରେ ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଆୟୋଜିତ ହେଉଛି । ଉଦଘାଟନୀ ସଭାରେ ହିନେ୍ଦାଳ ବିଧାୟିକା ସୀମାରାଣୀ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଳାକୁ ଉଦଘାଟନ କରି ପ୍ରଦର୍ଶନୀ ମଣ୍ଡପଗୁଡିକୁ ପରିଦର୍ଶନ କରିଥିଲେ । ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳାରେ ୬୬ଟି ପ୍ରଦର୍ଶନୀ ଷ୍ଟଲ କରାଯାଇଥିଲା । କୃଷି, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ, ମସô, ପ୍ରାଣୀ ସମ୍ପଦ, ଆନ୍ତର୍ଜାତିକ ଧାନ ଗବେଷଣା ଅନୁଷ୍ଠାନ, ଓଡିଶା ମିଲେଟ ମିଶନ ଆଦି ଡିଲର ଏହି ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳାରେ ଅଂଶ ଗ୍ରହଣ କରିଛନ୍ତ । ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉପଲକ୍ଷେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ହିନେ୍ଦାଳ ବିଧାୟିକା ଶ୍ରୀମତୀ ନାୟକ ଯୋଗଦେଇ ଆଧୁନିକ ବୈଷୟିକ ଜ୍ଞାନ କୌଶଳ ଓ କୃଷି ଯନ୍ତ୍ରପାତିର ବ୍ୟବହାର ମାଧ୍ୟମରେ ଚାଷୀମାନେ ଚାଷ କ୍ଷେତ୍ରରେ କିପରି ଉନ୍ନତି କରିପାରିବେ ସେ ସମ୍ପର୍କରେ ଏହି ମେଳା ବେଶ ସହାୟକ ହେବ ବୋଲି ପ୍ରକାଶ କରିଥିଲେ । ଚାଷୀମାନଙ୍କୁ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ସଚେତନ କରିବା ସହ ବିଭିନ୍ନ କୃଷି ଯନ୍ତ୍ରପାତି ଉପରେ ଥିବା ସରକାରୀ ରିହାତି ସମ୍ପର୍କରେ ଅବଗତ କରି ସେମାନେ ଏଥିରୁ ଯେପରି ସୁଫଳ ପାଇପାରିବେ ସେଥିପ୍ରତି ଯନôବାନ ହେବାକୁ ପରାମର୍ଶ ଦେଇଥିଲେ । ସଭାରେ ପରଜଙ୍ଗ ବିଧାୟକ ବିଭୂତି ଭୂଷଣ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଚାଷୀ ମାନେ ନୂତନ ବୈଷୟିକ ଜ୍ଞାନ କୌଶଳ ଓ କୃଷି ଯନ୍ତ୍ରପାତିର ବ୍ୟବହାର କରି ଚାଷ କଲେ ବିଭିନ୍ନ ପ୍ରକାରର ଚାଷର ଉନ୍ନତି ହେବା ସଙ୍ଗେ ସଙ୍ଗେ ସେମାନଙ୍କର ଅଭିବୃଦ୍ଧି ଘଟିବ ବୋଲି ପ୍ରକାଶ କରିଥିଲେ । ସଭାରେ ଅନ୍ୟତମ ସମ୍ମାନିତ ଅତିଥି ଭାବେ କାମାକ୍ଷାନଗର ବିଧାୟକ ଶତ୍ରୁଘ୍ନ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।