କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

 କେନ୍ଦ୍ରାପଡା :– କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଗାନ୍ଧୀଭବନ ଠାରେ ଉଚ୍ଚଶିକ୍ଷା ବିଭାଗ ଓଡିଶା ସରକାରଙ୍କ ନିଦେ୍ର୍ଦଶ ଅନୁସାରେ ଏକ ଶପଥ ପାଠ ଉସବ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଅଭିଜିତ୍ ବୋଷ ପ୍ରତ୍ୟେକ୍ଷ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶପଥ ପାଠରେ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ସମ୍ମିଳିତ ଭାବେ ‘ଦୁର୍ନୀତି ନିବାରଣ ସଚେତନତା’ କାର୍ଯ୍ୟକ୍ରମରେ ଶପଥ ପାଠ କରିଥିଲେ । ଉଚ୍ଚଶିକ୍ଷା ବିଭାଗ ଓଡିଶା ସରକାରଙ୍କ ନିଦେ୍ର୍ଦଶ ଅନୁଯାୟୀ ଏହି ସପ୍ତାହଟି ଚଳିତ ମାସ ୨୮ ତାରିଖରୁ ଆରମ୍ଭ ହୋଇ ନଭେମ୍ବର ୩ ତାରିଖରେ ଉଦ୍ୟାପିତ ହେବ । ଏହି ଉପଲକ୍ଷେ ଆଜି ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ମହାବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ୩୦ ତାରିଖରେ ଜିଲ୍ଲା ପ୍ରଶାସନଙ୍କ ନିଦେ୍ର୍ଦଶ ଅନୁଯାୟୀ ଜିଲ୍ଲା ସ୍ତରୀୟ ବକ୍ତୃତା ଏବଂ ପ୍ରବନ୍ଧ ପ୍ରତିଯୋଗିତା ମହାବିଦ୍ୟାଳୟରେ ଅନୁଷ୍ଠିତ ହେବ । ଏହି ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ତୁଳସୀ ମହିଳା ମହାବିଦ୍ୟାଳୟ ଏବଂ ସାନ୍ଧ୍ୟ ମହାବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିବା ପାଇଁ ନିଦେ୍ର୍ଦଶ ଦିଆଯାଇଛି । ଏହି ଶପଥ ପାଠ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀ ଯୋଗଦେଇ ଏକ ଦୁର୍ନୀତି ମୁକ୍ତ, ଶୋଷଣ, ଭ୍ରଷ୍ଟାଚାର ବିହୀନ ଓ ସତ୍ୟନିଷ୍ଠ ସମାଜ ଗଠନ କରିବା ସହିତ ରାଷ୍ଟ୍ରର ସମୃଦ୍ଧି ପ୍ରତି ଯତ୍ନବାନ ହୋଇପାରିବାର ଶପଥ ଗ୍ରହଣ କରିଥିଲେ ।