କେନ୍ଦ୍ରୀୟ ବିଦ୍ୟାଳୟର ଭିତ୍ତିପ୍ରସ୍ତର କରିବେ ଧର୍ମେନ୍ଦ୍ର

 ଜୟପୁର : ଚଳିତ ମାସ ୬ ତାରିଖରେ ଜୟପୁର ସ୍ଥିତ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ଅସ୍ଥାୟୀ ଗୃହରେ କାର୍ଯ୍ୟକ୍ଷମ ହେବାକୁ ଯାଉଥିବା କେନ୍ଦ୍ରୀୟ ବିଦ୍ୟାଳୟ ଉଦ୍ଘାଟନ ସହ ନୂତନ କେନ୍ଦ୍ରୀୟ ବିଦ୍ୟାଳୟର ଭିତ୍ତପ୍ରସ୍ତର ଦେବାକୁ ଗସ୍ତରେ ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ପରେ ମଧ୍ୟାହ୍ନରେ ବିକ୍ରମ ଦେବ ୟୁନିଭରସିଟି ଠାରେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ବିଭିନ୍ନ ଅନୁଷ୍ଠାନର କାର୍ଯ୍ୟକର୍ତ୍ତା ଏବଂ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତାମାନଙ୍କୁ ସମ୍ବୋଧିତ କରିବେ ବୋଲି ଏକ ପ୍ରେସ୍ ସମ୍ମିଳନୀରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କୋରାପୁଟ ବିଧାୟକ ରଘୁରାମ ମାଛ, ନବରଙ୍ଗପୁର ବିଧାୟକ ଗୌରୀ ମାଝୀ, ଜିଲ୍ଲା ବିଜେପି ସଭାପତି ଶିବ ମୁଦୁଲି, ରାଜ୍ୟ ବିଜେପି କାର୍ଯ୍ୟକାରୀଣି ସ୍ଥାୟୀ ସଦସ୍ୟ ଗୌତମ ସାମନ୍ତରାୟ ଉପସ୍ଥିତ ରହିଥିଲେ । ଏବଂ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବହୁ ଗଣମାନ୍ୟ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ଦେଇଥିଲେ ।