କୋରେଇରେ ଯୁଗ୍ମ ଜନ ଶୁଣାଣି ଶିବିର
ପାଣିକୋଇଲି: ସୋମବାର ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କୋରେଇ ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲାପାଳ ପି.ଅନ୍ୱେଷା ରେଡ୍ଡୀ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ବିଭାଗୀୟ ଅଧିକାରୀ ଅଭିଯୋଗ ଗୁଡିକ ଯାଞ୍ଚ କରି ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲାପାଳ ପ୍ରକାଶ କରିଥିଲେ । ଶିବିରରେ ସୋମୋଟ ୮୨ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ସେଥିମଧ୍ୟରୁ ବ୍ୟକ୍ତିଗତ ୪୯ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ/ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୪ ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୨୯ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୩୨ଟି ଅଭିଯୋଗର ତକôାଳ ଫଇସଲା କରାଯାଇଥିଲା । ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ୍, ଅତିରିକ୍ତ ଜିଲାପାଳ କଳିଙ୍ଗନଗର ସପନ କୁମାର ନନ୍ଦ, ଜିଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଅଶୋକ କୁମାର ବେହୁରିଆ, ଉପ ଜିଲାପାଳ ଅଂଶୁମାନ ଶତପଥି, ଗୋଷ୍ଠୀ ଉନ୍ନୟନ ଅଧିକାରୀ, କୋରେଇ ଅବନିକାନ୍ତ ସାହୁ, ତହସିଲଦାର, ବ୍ୟାସନଗର ଦେବାଶିଷ ରାଉତ, ଜିଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗର ଶୁଣାଣି କରିଥିଲେ ।