କୋଷାଗୁମୁଡ଼ାରେ ଜନଶୁଣାଣି ଶିବିର
ନବରଙ୍ଗପୁର : କୋଷାଗୁମୁଡ଼ା ପଞ୍ଚାୟତ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବଟକୃଷ୍ଣ ମିଶ୍ର, ନବରଙ୍ଗପୁର ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୩୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୪ଟି ଅଭିଯୋଗର ସମାଧାନ ତତ୍କ୍ଷଣାତ କରାଯାଇଥିଲା । ସାମାଜିକ ସୁରକ୍ଷା ବିଭାଗ ତରଫରୁ ୫ ଜଣ ଚିହ୍ନଟ ଦିବ୍ୟାଙ୍ଗଙ୍କୁ ହ୍ୱିଲ ଚେୟାର ପ୍ରଦାନ କରାଯାଇଥିଲା ।