କ୍ୟାବିନେଟରେ ପାରିତ ହେଲା 4 ପ୍ରସ୍ତାବ

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ୨୪ ତମ  ବୈଠକ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ମୋଟ ୩ ଟି ବିଭାଗର ୪ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ ମିଳିଛି ।ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ତେବେ ଅନୁମୋଦନ ମିଳିଥିବା 4ଟି ପ୍ରସ୍ତାବ ଭିତରୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ  ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇ ଟି ବିଭାଗର ୨ ଟି ପ୍ରସ୍ତାବ ଆଲୋଚନା ପୂର୍ବକ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଥିଲା । ୪ର୍ଥ ପ୍ରସ୍ତାବଟି ଆଗାମୀ ସେପ୍ଟେମ୍ବର ୧୮ ତାରିଖରୁ ୧୭ ତମ ବିଧାନ ସଭାର ୪ର୍ଥ ଅଧିବେଶନ ଆରମ୍ଭ ହେବାକୁ ଥିବା ସମ୍ପର୍କିତ ପ୍ରସ୍ତାବ ଥିଲା ।

 ଇଲେକ୍ଟ୍ରୋନିକ ଆଇଟି
Electronic Components Manufacturing unit ପାଇଁ ଅନୁମୋଦନ
 ନୂତନ ଆଇଟି ପଲିସ 2025କୁ ଅନୁମୋଦନ

 ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ପାଇଁ ଅନୁମୋଦନ

 ଓଡ଼ିଶା ଲୋକ ସେବା ଆୟୋକ ରେ ତିନି ଜନ ସଦସ୍ୟ ନିଯୁକ୍ତିକୁ ଅନୁମୋଦନ