ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ବିଭାଗୀୟ ସମନ୍ୱୟ ଉପରେ ଗୁରୁତ୍ୱ
ବାରିପଦା : ମୟୂରଭଞ୍ଜ ଜିଲ୍ଲାରେ ଅନୁଷ୍ଠିତ ହେବାକୁଥିବା ସାଧାରଣ ନିର୍ବାଚନର ସୁପରି·ଳନା ନିମନ୍ତେ ପ୍ରସ୍ତୁତି ଓ ପଦକ୍ଷେପର ତଦାରଖ ପାଇଁ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସମୀକ୍ଷା ବୈଠକ କରିଛନ୍ତି । ଜିଲ୍ଲାପାଳଙ୍କ  ଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୟୂରଭଞ୍ଜ ପାଇଁ ନିଯୁକ୍ତ ଖର୍ଚ୍ଚ ପର୍ଯ୍ୟବେକ୍ଷକ, ବିକ୍ରମ ଏ ଦୋ‡ମଣୀ  ଓ ବିନୋଦ ସି, ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉ ସାହେବ ସିନେ୍ଧ, ଅତିରିକ୍ତ ଜିଲ୍ଲାପାଳ  ବିଭୁତି ଭୂଷଣ ନାୟକଙ୍କ ଉପସ୍ଥିତିରେ ସାମୁହିକ ଭାବେ ଅଧ୍ୟକ୍ଷତା କରିଥିଲେ । ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ଶ୍ରୀ ସିନେ୍ଧଙ୍କ ନିଦେ୍ର୍ଦଶ କ୍ରମେ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ରଜନୀକାନ୍ତ ସ୍ୱାଇଁ ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମ୍ବନ୍ଧୀୟ ସମସ୍ତ ତଥ୍ୟ ଉପସ୍ଥାପନ କରିଥିଲେ । ବଡ଼ସାହି ଏବିଡି ଓ ଶରତ ଚନ୍ଦ୍ର ମହାନ୍ତି ନିର୍ବାଚନ କମିଶନଙ୍କ ଦ୍ୱାରା ଜାରି ହୋଇଥିବା ମାର୍ଗଦର୍ଶିକା ଅନୁସାରେ ନିର୍ବାଚନ ଖର୍ଚ୍ଚର ସୁପରି·ଳନା ସମ୍ଭନ୍ଧରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ପଦକ୍ଷେପ ଉପରେ ବିଶଦ ଭାବେ ଉପସ୍ଥାପନ କରିଥିଲେ । ଖର୍ଚ୍ଚ ପର୍ଯ୍ୟବେକ୍ଷକ ବିଶେଷ କରି ମତଦାନ ନିମନ୍ତେ ଭୋଟର୍ଙ୍କ ସୁବିଧା, ବୁଥ ଗୁଡ଼ିକର ସ୍ଥାନ, ସ୍ଥିତି, ଇଭିଏମ ପ୍ରସ୍ତୁତି, ପୋଲିଂ ଅଧିକାରୀ, ସେକ୍ଟର ଅଧିକାରୀ, ମାଇକ୍ରୋ ପର୍ଯ୍ୟବେକ୍ଷକଙ୍କ ପ୍ରଶିକ୍ଷଣ, ନିର୍ବାଚନ ଖର୍ଚ୍ଚ ପରି·ଳନା ଆଦି ବିଷୟରେ କି କି ପଦକ୍ଷେପ ନିଆଯାଉଛି ସେ ବିଷୟରେ ପ·ରି ବୁଝିଥିଲେ । ନିର୍ବାଚନ ଖର୍ଚ୍ଚ ସମ୍ବନ୍ଧୀୟ କୌଣସି ଆପତ୍ତି ଅଭିଯୋଗ ଆସିଲେ ତୁରନ୍ତ ଖର୍ଚ୍ଚ ପର୍ଯ୍ୟବେକ୍ଷକ ନଜରକୁ ଆଣିବା ପାଇଁ ପରାମର୍ଶ ଦେଇଥିଲେ । 
 ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରିଟର୍ଣ୍ଣିଙ୍ଗ  ଅଫିସର ତଥା ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଉଦୟ କୁମାର ମହାପାତ୍ର, ଉପଜିଲ୍ଲାପାଳ ଶ୍ରୀ ଈଶ୍ୱର ଚନ୍ଦ୍ର ନାୟକ ସମେତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଉମାକାନ୍ତ ମହାରଣା, ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରଶାନ୍ତ କୁମାର କହଁର , ଏଲଡିଏମ. ଶିବ ପ୍ରସାଦ ଚୌଧୁରୀ, ଡେପୁଟି କଲେକ୍ଟର ବସୁନ୍ଧରା ଭିତିରିଆ, ଡେପୁଟି କଲେକ୍ଟର ଶ୍ରଦ୍ଧା ସୁମନ, ଡେପୁଟି କଲେକ୍ଟର ଶୁଭଙ୍କରୀ ଦାଶ, ଡେପୁଟି କଲେକ୍ଟର ଦୁର୍ଗାଚରଣ ମୁର୍ମୁ ଓ ଉପଖଣ୍ଡ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ରାଇରଙ୍ଗପୁର ଶ୍ରୀ ବିକାଶ ମହାନ୍ତି ଓ ସମସ୍ତ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।                        
 
 Rasmita Behera
                                    Rasmita Behera                                 
    
             
    
 
    
 
 
 
