ଖୋର୍ଦ୍ଧା ଜିଲ୍ଲାରେ ପାସ୍ ହାର ସର୍ବାଧିକ, ନୂଆପଡ଼ାରେ ସର୍ବନିମ୍ନ

ଖୋର୍ଦ୍ଧା ଜିଲ୍ଲାରେ ପାସ୍ ହାର ସର୍ବାଧିକ, ନୂଆପଡ଼ାରେ ସର୍ବନିମ୍ନ

ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା (ମାଟ୍ରିକ), ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପ୍ରକାଶ ପାଇଛି। କଟକ ବୋର୍ଡ କାର୍ୟ୍ୟାଳୟ ପରିସରରେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ଓ ଉପସଭାପତି ନୀହାର ରଞ୍ଜନ ମହାନ୍ତି ପରୀକ୍ଷା ଫଳ ଘୋଷଣା କରିଛନ୍ତି। ଚଳିତ ବର୍ଷର ପାସ୍‌ ହାର ୯୬.୦୭ % ରହିଛି। ଖୋର୍ଦ୍ଧା ଜିଲ୍ଲାରେ ପାସ୍ ହାର ସର୍ବାଧିକ ୯୭.୯୮% ରହିଥିବା ବେଳେ ନୂଆପଡ଼ାରେ ସର୍ବନିମ୍ନ ୯୩.୯୧ % ରହିଛି। 

ଏଥର ମୋଟ ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ପାସ୍‌ କରିଛନ୍ତି ୫ ଲକ୍ଷ ୩୦ ହଜାର ୧୫୩ ଜଣ। ଚଳିତ ବର୍ଷ ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍‌ ହାର ଅଧିକ ରହିଛି। ଝିଅଙ୍କ ପାସ୍ ହାର ୯୬.୭୩% ରହିଥିବା ବେଳେ ପୁଅଙ୍କ ପାସ୍‌ ହାର ୯୬.୩୯% ରହିଛି।