ଗାଙ୍ଗେୟ ପଶ୍ଚିମବଙ୍ଗରେ ଅବପାତ ୨୧ ଯାଏଁ ବର୍ଷା

 ଭୁବନେଶ୍ୱର: ଦକ୍ଷିଣ ପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ଅବପାତ ସୃଷ୍ଟିହୋଇଛି  । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି  । ଅପରପକ୍ଷରେ ଆସନ୍ତା ୨୧ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି  ।
ଆସନ୍ତାକାଲି ସକାଳ ସାଢ଼େ ୮ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଥିବାରୁ ରେଡ଼ ୱାର୍ଣ୍ଣିଂ ଜାରିହୋଇଛି  । ସେହିପରି ଜୁଲାଇ ୧୫ ସକାଳ ସାଢ଼େ ୮ରୁ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ଝଟକା ପବନର ବେଗ ୩୦ରୁ ୪୦ କିମି ରହିବ  । ଏହାଛଡ଼ା ବଜ୍ରପାତ ସହ ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି  ।  ଆସନ୍ତା ଜୁଲାଇ ୧୮ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି  । ତେବେ ୧୯ରୁ ବର୍ଷା ସାମାନ୍ୟ କମ୍ ହେବାର ଥିଲେବି ୨୧ ପର୍ଯ୍ୟନ୍ତ ବର୍ଷା ଜାରିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି  ।