ଗାଡି ଧକ୍କାରେ ବାଇକ୍ ଆରୋହୀ ଗୁରୁତର 

 ହିଞ୍ଜିଳିକାଟୁ: ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ଚୈତନ୍ୟପଡା ଛକ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି । ଆହତ ଜଣଙ୍କ ହେଲେ ପୁରୁଷୋତ୍ତମପୁର ଥାନା ଯୋଗିଆପଲ୍ଲୀ ଗ୍ରାମର ସୁବାସ ଚନ୍ଦ୍ର ପଣ୍ଡା (୫୦) । ସେହି ରାସ୍ତା ଦେଇ ଯାଉଥିବା ୨ ଯୁବକ ଗୁରୁତର ଆହତଙ୍କୁ ଉଦ୍ଧାର କରି ଚିକିସôା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିସôାଳୟରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିସôା ପରେ ତାଙ୍କୁ ଅଧିକ ଚିକିସôା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ପ୍ରକାଶ ଯେ, ଗୁରୁବାର ଅପରାହ୍ନରେ ସୁବାସ ମୋଟର ସାଇକେଲ ଯୋଗେ ଗ୍ରାମରୁ ହିଞ୍ଜିଳିକାଟୁ ଅଭିମୁଖେ ଯାଉଥିବା ବେଳେ ଚୈତନ୍ୟପଡା ଛକ ନିକଟରେ କୈାଣସି ଏକ ଗାଡି ମୋଟର ସାଇକେଲକୁ ଧକ୍କା ଦେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା । ଦୂର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିଲେ । ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୂର୍ଘଟଣାଗ୍ରସ୍ତ ବାଇକକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି ।