ଗାନ୍ଧିମାର୍ଗରେ ଅଭିବାଦନ ଗ୍ରହଣ କଲେ ରାଜ୍ୟପାଳ

 ଭୁବନେଶ୍ୱର: ଭୁବନେଶ୍ୱରର ମହାତ୍ମାଗାନ୍ଧି ମାର୍ଗରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଉସôବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ।
ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ମହାତ୍ମା ଗାନ୍ଧୀ ମାର୍ଗରେ ପହଞ୍ଚିବା ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୂଜା, ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଓ ଆରକ୍ଷୀ ମହାନିଦେ୍ର୍ଦଶକ ୱାଇବି ଖୁରାନିଆ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ଉପମହାନିଦେ୍ର୍ଦଶକ କମୋଡର ମହେଶ ରାହାଗ୍ଲେ ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇ ମଞ୍ଚ ନିକଟକୁ ପାଛୋଟି ନେଇଥିଲେ । ପରେ ରାଜ୍ୟପାଳ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ପରେଡ୍ କମାଣ୍ଡର ଶୁଭମ୍ ଭୋସଲେ ପରେଡ୍ ପରିଚାଳନା କରିଥିଲେ । ଦ୍ୱିତୀୟ ପରିଚାଳକ ଭାବେ ଡେପୁଟି କମାଣ୍ଡାଣ୍ଟ କୌଶିକ୍ କୁମାର ନାୟକ ଏବଂ ସ୍ୱତନ୍ତ୍ର ଅଧିକାରୀ ଭବାନୀ ପ୍ରସାଦ ଜେନା ପରେଡ୍ ପରିଚାଳନାରେ ସହାୟତା କରିଥିଲେ ।
ରାଜ୍ୟ ପୋଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ବାଦନ ପରେ ୧୭ଟି ସାମରିକ ବାହିନୀ ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନର ୨୬ଟି ବେସାମରିକ ଦଳ ସମୁଦାୟ ୪୩ଟି ଦଳ ମିଳିତ ପ୍ୟାରେଡ୍ରେ ଅଂଶଗ୍ରହଣ କରିଥିଲେ । ସମ୍ମିଳିତ ପରେଡ୍ ଅନୁଷ୍ଠିତ ହେବା ପରେ ପରେ ବିଭିନ୍ନ ସାଂସ୍କୃତିକ ଦଳ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।
ଏହା ପରେ ‘ସମୃଦ୍ଧ ଓଡ଼ିଶା– ଐତିହ୍ୟ ଏବଂ ବିକାଶ’ର ବାର୍ଭା ବହନ କରୁଥିବା ପ୍ରଜ୍ଞାପନ ମେଢ଼ଗୁଡ଼ିକ ଅଭିବାଦନ ମଞ୍ଚ ଅତିକ୍ରମ କରିଥିଲେ ।
ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ କୁମାର ଶର୍ମା, ସୁରେନ୍ଦ୍ର କୁମାର, ନିକୁଞ୍ଜ ବିହାରୀ ଧଳ, ବିଭିନ୍ନ ବିଭାଗର ଶାସନ ସଚିବ, ବରିଷ୍ଠ ପୋଲିସ ଅଧିକାରୀ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ ଏବଂ ନିଦେ୍ର୍ଦଶକ ସରୋଜ କୁମାର ସାମଲ, ନିଦେ୍ର୍ଦଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା ପ୍ରମୁଖଙ୍କ ସମେତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀବୃନ୍ଦ, ସାଧାରଣତନ୍ତ୍ର ଦିବସ ଉସôବରେ ଉପସ୍ଥିତ ଥିଲେ ।
ସୂଚନା ଓ ଲୋକସଂପର୍କ ବିଭାଗର ଉପନିଦେ୍ର୍ଦଶକ ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ସୁଶ୍ରୀ ରୋଜାଲିନ୍ ସାହୁ ଓ ବିନାୟକ ମିଶ୍ର ରାଜ୍ୟସ୍ତରୀୟ ପରେଡ୍ କାର୍ଯ୍ୟକ୍ରମରେ ଧାରାବିବରଣୀ ପ୍ରଦାନ କରିଥିଲେ ।