ଗୁଣ୍ଡିଚା ମନ୍ଦିରରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କଲେ ଡିଜି

ଆସନ୍ତା କାଲି ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା। ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିବା ପାଇଁ ଆଜି ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଛନ୍ତି ପୁଲିସ ଡିଜି ୱାଇ ବି ଖୁରାନିଆ । ଆଜି ନବମୀ ସନ୍ଧ୍ୟା ଦର୍ଶନ ପାଇଁ ପ୍ରବଳ ଶ୍ରଦ୍ଧାଳୁଙ୍କ ସମାଗମ ହେବ। ତେଣୁ ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ଗୁଣ୍ଡିଚା ମନ୍ଦିର ଭିତରେ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଏବଂ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥାକୁ ସେ ବୁଲି ଦେଖିଛନ୍ତି । ପୁଲିସ ଡ଼ିଜିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ରହିଥିଲେ ।