ଗୋଟିଏ କ୍ୟାମ୍ପସରେ ସ୍କୁଲ ଓ ଅଙ୍ଗନବାଡ଼ି ଗାଇଡ଼ଲାଇନର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର



ନୂଆଦିଲ୍ଲୀ/ଭୁବନେଶ୍ୱର:  ସ୍କୁଲ ସହ ଯୋଡ଼ିହେବ ଅଙ୍ଗନବାଡ଼ି କେନ୍ଦ୍ର  । ଏନେଇ ଗାଇଡ଼ଲାଇନର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ  । ନୂଆ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଅଙ୍ଗନବାଡ଼ି ଓ ସ୍କୁଲକୁ ଗୋଟିଏ କ୍ୟାମ୍ପସରେ ପ୍ରତିଷ୍ଠା କରିବା ସହ ସମନ୍ୱିତ ମଡେଲ ମାଧ୍ୟମରେ ପ୍ରାରମ୍ଭିକ ଶୈଶବ ଯନô ଏବଂ ଶିକ୍ଷାର ମହତ୍ୱ ଉପରେ ଗାଇଡଲାଇନରେ ଜୋର୍ ଦିଆଯାଇଛି  ।
ଧର୍ମେନ୍ଦ୍ର କହିଛନ୍ତିଯେ, ଶତ-ପ୍ରତିଶତ ଗର୍ଭବତୀ ମହିଳା, ନବଜାତ ଶିଶୁ ଏବଂ ସ୍କୁଲ ଯିବାକୁ ଥିବା ଶିଶୁମାନଙ୍କର ଯନô ନେଲେ ହିଁ ବିକଶିତ ଭାରତର ଲକ୍ଷ୍ୟ ପୂରଣ ହୋଇପାରିବ  । ଏହି ଅବସରରେ ଶ୍ରୀ ପ୍ରଧାନ + ୨ ପର୍ଯ୍ୟନ୍ତ ପାଠ ପଢିନଥିବା ଏବଂ ଆଗକୁ ପାଠ ପଢିବା ପାଇଁ ଇଚ୍ଛା ରଖୁଥିବା ଅଙ୍ଗନବାଡ଼ି ଦିଦିଙ୍କ ପାଇଁ ମଡୁ୍ୟଲ ପ୍ରସ୍ତୁତ କରିବାକୁ ମହିଳା, ଶିଶୁ ବିକାଶ ଓ ଶିକ୍ଷା ମନ୍ତ୍ରଣାଳୟକୁ ଏକ ପ୍ରସ୍ତାବ ଦେଇଛନ୍ତି  । ଏଆଇର ଉପଯୋଗ କରି ପିଲାମାନଙ୍କ ଭବିଷ୍ୟତ ନିର୍ମାଣ କରିବା ଉପରେ ଦୃଷ୍ଟି ଦେବା ଉଚିତ୍ ବୋଲି ସେ କହିଛନ୍ତି  । ଆଗାମୀ ୩ ବର୍ଷ ମଧ୍ୟରେ ଭାରତରେ ପ୍ରାୟ ୨ ଲକ୍ଷ ବେସରକାରୀ ଏବଂ ସରକାରୀ ହାଇସ୍କୁଲରେ ବ୍ରଡବ୍ରାଣ୍ଡ୍ ଇଣ୍ଟରନେଟ୍ ସଂଯୋଗ କରାଯିବ  । ଆସର୍ ଏବଂ ପରଖ ରିପୋର୍ଟର ସାମ୍ପ୍ରତିକ ତଥ୍ୟନୁସାରେ ଗାଁରେ ପିଲାମାନଙ୍କର ଶିକ୍ଷଣ ଫଳାଫଳରେ ସହର ଅପେକ୍ଷା ଭଲ ହୋଇଛି  । ଏହି ଅଭୂତପୂର୍ବ ସଫଳତା ଆମର ଅଙ୍ଗନବାଡି ଦିଦିମାନଙ୍କର କଠିନ ପରିଶ୍ରମର ପ୍ରତିଫଳନ  । ଦେଶର ପ୍ରାୟ ୧୫ କୋଟି ପିଲାମାନଙ୍କର ଉପଯୁକ୍ତ ଯନô ନେଲେ ୨୦୪୭ ସୁଦ୍ଧା ବିକଶିତ ଭାରତ ଏବଂ ନିପୁଣ ଭାରତର ସ୍ୱପ୍ନ ସାକାର ହେବ ବୋଲି ଧର୍ମେନ୍ଦ୍ର କହିଛନ୍ତି  ।
ଉଲ୍ଲେଖନୀୟ, ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଏବଂ ଶିକ୍ଷା ମନ୍ତ୍ରଣାଳୟର ସ୍କୁଲ ଶିକ୍ଷା ଓ ସ୍ୱାକ୍ଷରତା ବିଭାଗର ସହଯୋଗରେ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଗୋଟିଏ କ୍ୟାମ୍ପସରେ ପ୍ରତିଷ୍ଠା କରିବା ପାଇଁ ଗାଇଡଲାଇନ ଜାରି କରାଯାଇଛି  । ସମଗ୍ର ଭାରତବର୍ଷରେ ସ୍କୁଲ ପରିସରରେ ପୂର୍ବରୁ ୨.୯ ଲକ୍ଷରୁ ଅଧିକ ଅଙ୍ଗନବାଡି କେନ୍ଦ୍ର ରହିଛି  । ଏହି କାର୍ଯ୍ୟକ୍ରମରେ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ, ଶିକ୍ଷା ଏବଂ ସାକ୍ଷରତା ବିଭାଗର ବରିଷ୍ଠ ଅଧିକାରୀ, ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶର ଉଭୟ ବିଭାଗର ପ୍ରତିନିଧି ଏବଂ ଅଙ୍ଗନବାଡି କର୍ମଚାରୀମାନେ ଯୋଗଦେଇଥିଲେ  ।