ଗୋପବନ୍ଧୁ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ
ଜଗତସିଂହପୁର: ଜିଲ୍ଲା ପ୍ରଶାସନ ଓ ପୌର ପରିଷଦର ମିଳିତ ଆନୁକୂଲ୍ୟରେ ଗୋପବନ୍ଧୁ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଛି । ଏହି ଉପଲକ୍ଷେ ଜିଲ୍ଲାପାଳ ଜେ ସୋନାଲ ଖେରସ ଛକ ଏବଂ ବଙ୍ଗଳା ଛକ ରେ ଥିବା ଗୋପବନ୍ଧୁ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ଏହି ଅବସରରେ ପୌର ପରିଷଦର ଅଧ୍ୟକ୍ଷା ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ରାଜେନ୍ଦ୍ର ବିଷୋୟୀ, ପୌର ନିର୍ବାହୀ ଅଧିକାରୀ ସୀମା ଜେନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରତିଚୀ ତନୟା ମହାନ୍ତି, ଜିଲ୍ଲା ସଂସ୍କୃତି ଅଧିକାରୀ ଦିଲ୍ଲୀପ ଜେନା ପୌର ପରିଷଦ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ସେହି ମହାନ ଆତ୍ମାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ ।