ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ

 ଭୁବନେଶ୍ୱର : ଆଜି ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ ଶ୍ରୀ ସିଂହ ରାଜ୍ୟର ସମସ୍ତ ୬୩ ଗ୍ରାମ୍ୟ ଉନ୍ନୟନ ବିଭାଜନର କାର୍ଯ୍ୟ ସମୀକ୍ଷା କରିଥିଲେ । ଏହି ବୈଠକରେ ସମସ୍ତ ବିଭାଜନର ବିଭାଗୀୟ ଅଧିକାରୀମାନେ ଆଭାସି ମାଧ୍ୟମରେ ସାମିଲ ଥିଲେ । 
ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା, କୋଠାବାଡି, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ଦ୍ୱାରା ପ୍ରାପ୍ତ ଅଭିଯୋଗ ସମାଧାନ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହା ସହିତ ପିଏମ୍-ଜନମନ ଯୋଜନା ଓ ସେତୁବନ୍ଧନ ଯୋଜନା ଅଧୀନରେ କାର୍ଯ୍ୟକାରୀ ହେଉଥିବା ସମସ୍ତ ପ୍ରକଳ୍ପର ବିସ୍ତ୍ରୁତ ସମୀକ୍ଷା ହୋଇଥିଲା । 
ଏହି ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ସର୍ବେଶ୍ୱର ସିଂହ, ଅତିରିକ୍ତ ଶାସନ ସଚିବ ବବିତା ମହାନ୍ତି, ଅର୍ଥ ପରାମର୍ଶ ଦାତା ସ୍ମିତା ପାଣି, ସର୍ବୋଚ୍ଚ ଯନ୍ତ୍ରୀ ପ୍ରସନ୍ନ କୁମାର ସାହୁ, ସର୍ବୋଚ୍ଚ ଯନ୍ତ୍ରୀ ପ୍ରଦୀପ କୁମାର ଜେନାଙ୍କ ସମେତ ସମସ୍ତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।