ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ପ୍ରସ୍ତୁତି : ଅଚଳ ନଳକୂପ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିଦେ୍ର୍ଦଶ
ନବରଙ୍ଗପୁର : ମିଶନ ଶକ୍ତି ସଭାଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗ୍ରୀଷ୍ମ ପ୍ରବାହ ସମ୍ବନ୍ଧୀୟ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ଓ ତାର ମୁକାବିଲା ସମ୍ୱନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆଗାମୀ ଗ୍ରୀଷ୍ମ ଋତୁରେ ପିଇବା ପାଣି, ଏବଂ ଅଂଶୁଘାତର ସମସ୍ୟା ଓ ତାହାର ସଫଳ ମୁକାବିଲା କରିବା ନିମନ୍ତେ ଆଲୋଚନା ହୋଇଥିଲା । ବୈଠକରେ ବିଶେଷ କରି ଅଚଳ ପଡିଥିବା ନଳକୂପ ଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରିବା ପାଇଁ ପରାମର୍ଶ ଦେଇଥିଲେ । ବିଶେଷ କରି ଜିଲ୍ଲାର ପ୍ରତ୍ୟେକ ଅଙ୍ଗନବାଡ଼ି କେନ୍ଦ୍ର ଏବଂ ବିଦ୍ୟାଳୟମାନଙ୍କରେ ପ୍ରର୍ଯ୍ୟାପ୍ତ ପରିମାଣର ଓଆର୍ଏସ୍ ପକେଟ ମହଜୁତ ରଖିବା ପାଇଁ ଜିଲ୍ଲା ମୁଖ୍ୟ ଚିକିସôା ଅଧିକାରୀ ଏବଂ ଜିଲ୍ଲା ସାମାଜ କଲ୍ୟାଣ ଅଧିକାରୀଙ୍କୁ ଜିଲ୍ଲାପାଳ ଡ଼ଃ ମହାପାତ୍ର ନିଦେ୍ର୍ଦଶ ଦେଇଥିଲେ । ସେହିପରି ଜିଲ୍ଲା ଶ୍ରମ ବିଭାଗ ତରଫରୁ ଶ୍ରମିକ ମାନଙ୍କ କାର୍ଯ୍ୟ ସ୍ଥଳରେ ସ୍ୱତନ୍ତ୍ର ପାଣିର ବ୍ୟବସ୍ଥା କରିବା ସହିତ ଦିନ ୧୧.୦୦ ଘଣ୍ଟା ସମୟରୁ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ଅଂଶୁଘାତର ଆଶଙ୍କା ଥିବାରୁ ରାଜ୍ୟ ସରକାରଙ୍କ ନିଦେ୍ର୍ଦଶକ୍ରମେ ଏହି ସମୟ ସୀମା ମଧ୍ୟରେ ଶ୍ରମିକମାନଙ୍କୁ କାର୍ଯ୍ୟରେ ନ ଲଗାଇ ଛାୟାର ବ୍ୟବସ୍ଥା କରିବା ପାଇଁ ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ଜିଲ୍ଲାପାଳ ଡଃ ମହାପାତ୍ର ପରାମର୍ଶ ଦେଇଥିଲେ । ସେହିପରି ରାଜ୍ୟ ସରକାରଙ୍କ ମାର୍ଗଦର୍ଶକ ଅନୁଯାୟୀ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ସ୍କୁଲ ଏବଂ କଲେଜରେ ଶିକ୍ଷା ଦାନ କରିବା ପାଇଁ ବୈଠକରେ ଆଲୋଚନା ହୋଇଥିଲା । ସେହିପରି ଅଂଶୁଘାତ ର ସଫଳ ମୁକାବିଲା ପାଇଁ ପ୍ରତି ବ୍ଲକ ସ୍ତରରେ ଏବଂ ଜିଲ୍ଲା ମୁଖ୍ୟ ଚିକିସôାଳୟରେ ନିୟନ୍ତ୍ରଣ କକ୍ଷ ଖୋଲି ତୁରନ୍ତ ଆବଶ୍ୟକୀୟ ସେବା ଯୋଗାଇ ଦେବା ପାଇଁ ଆଲୋଚନା କରାଯାଇଥିଲା । ଅଂଶୁଘାତର ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲା ମୁଖ୍ୟ ଚିକିସôାଳୟ ସହିତ ଜିଲ୍ଲାର ପ୍ରତି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରମାନଙ୍କରେ ନିରବଚ୍ଛିନ୍ନ ବିଦୁ୍ୟତ ସେବା ଯୋଗାଇ ଦେବା ପାଇଁ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କୁ ଜିଲ୍ଲାପାଳ ନିଦେ୍ର୍ଦଶ ଦେଇଥିଲେ । ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ନବରଙ୍ଗପୁର ବିରଞ୍ଚି ନାରାୟଣ ଦରୱାନ ବୈଠକରେ ଯୋଗ ଦେଇ ଜିଲ୍ଲାର ପ୍ରତ୍ୟେକ ବ୍ଲକରେ ବ୍ଲକସ୍ତରୀୟ ପ୍ରସ୍ତୁତି ବୈଠକ କରିବା ପାଇଁ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ନବକିଶୋର ବେହେରା, ଉପଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଗୀତାଞ୍ଜଳି ବେହେରା, ଜିଲ୍ଲା ପଞ୍ଚାୟତ ଅଧିକାରୀ ପଦ୍ମନାଭ ତ୍ରିପାଠୀ, ସମ୍ପୃକ୍ତ ଅଧୀକ୍ଷକ ଯନ୍ତ୍ରୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀଙ୍କ ସହିତ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ, ଜିଲ୍ଲା ପ୍ରକଳ୍ପ ଅଧିକାରୀ, ହିମାଂଶୁ ଶେଖର ପଟନାୟକ, ତ୍ରିପତି ବାଲାଜୀ ସାହୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା, ଆଞ୍ଚଳିକ ପରିବହନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
 
 Rasmita Behera
                                    Rasmita Behera                                 
    
 
    
 
 
 
