ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳା ଉଦ୍ଧାର : ଆତ୍ମହତ୍ୟା ଉଦ୍ୟମ ନା ହତ୍ୟା ଉଦ୍ୟମ ?
ସାଲେପୁର : କଟକ ଜିଲା କଂକ୍ରେଇଲୋ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା । ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମହିଳାଙ୍କ ଦେହରେ କିପରି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇ ନ ଥିବାବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ ମହିଳା ଜଣକ ଆତ୍ମହତ୍ୟା ଉଦ୍ୟମ ନା କେହି ନିଆଁ ଲଗାଇ ଜାଳି ଦେବାକୁ ଉଦ୍ୟମ କରାଯାଇଛି ତାହା ଚର୍ଚ୍ଚାର ବିଷୟ ହୋଇଛି ।