ଘରେ ଘରେ ସଂକଳ୍ପ ପତ୍ର ପହଞ୍ଚାଇବ ବିଜେପି

ଭୁବନେଶ୍ୱର : ମୋଦିଙ୍କ ନାମରେ ନିର୍ବାଚନ ଲଢ଼ିବ ରାଜ୍ୟ ବିଜେପି । ମୋଦି ଗ୍ୟାରେଣ୍ଟିର ସଂକଳ୍ପ ପତ୍ର ଦଳ ଘରେଘରେ ପହଁଚାଇବ । ବିଜେପି ଏଭଳି ରଣନୀତି କରିବା ସହ ସଂକଳ୍ପ ପତ୍ର ପ୍ରକାଶ କରିଛି । ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଜ୍ୟ ସଭାପତି ମନମୋହନ ସାମଲ ଓ ପୂର୍ବତନ ସଭାପତି ସମୀର ମହାନ୍ତି ଏହି ସଂକଳ୍ପ ପତ୍ର ଉନ୍ମୋଚନ କରିଛନ୍ତି ।
ବିଜେପି ପକ୍ଷରୁ କୁହାଯାଇଛିଯେ, ୨୦୧୪ ଓ ୨୦୧୯ ସାଧାରଣ ନିର୍ବାଚନରେ ଦେଶବାସୀଙ୍କୁ ଦିଆଯାଇଥିବା ୨୩୫ଟି ପ୍ରତିଶ୍ରୁତି ମଧ୍ୟରୁ ୨୨୨ଟି ପ୍ରତିଶ୍ରୁତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଳନ କରିଛନ୍ତି । ମୋଦି ସରକାରଙ୍କ ଗତ ୧୦ ବର୍ଷର ବିଶ୍ୱସନୀୟତା ଏବଂ ଆଗାମୀ ୫ ବର୍ଷରେ ଦେଶର ବିକାଶଯାତ୍ରାକୁ ତ୍ୱରାନ୍ୱିତ କରି ବିକଶିତ ରାଷ୍ଟ୍ର ଭାବେ ଗଢି ତୋଳିବା ଉଦେ୍ଦଶ୍ୟରେ ବିଜେପି ତରଫରୁ “ବିଜେପିର ସଂକଳ୍ପ ପତ୍ର-୨୦୨୪, ମୋଦିଙ୍କ ଗ୍ୟାରେଂଟି” ପ୍ରକାଶ ପାଇଛି । ଏହି ସଂକଳ୍ପ ପତ୍ର ‘ବିକଶିତ ଭାରତ ଏବଂ ବିକଶିତ ଓଡିଶା ଗଠନ’ରେ ‘ବୁଷ୍ଟର’ ସଦୃଶ ହେବ ବୋଲି ଦଳ ପକ୍ଷରୁ କୁହାଯାଇଛି ।
ପଣାସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା, ଇସ୍ତାହାର କମିଟି ସଂଯୋଜକ ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କେନ୍ଦ୍ରୀୟ କାର୍ଯ୍ୟାଳୟଠାରେ “ବିଜେପିର ସଂକଳ୍ପ ପତ୍ର-୨୦୨୪, ମୋଦିଙ୍କ ଗ୍ୟାରେଂଟି” ଉନ୍ମୋଚନ କରିଥିଲେ ।