ଘାଟିକୁ ଖସିଲା ବସ୍‌ : ୭ ମୃତ, ୧୫ ଆହତ 

ଘାଟିକୁ ଖସିଲା ବସ୍‌ : ୭ ମୃତ, ୧୫ ଆହତ 

ଡେରାଡୁନ : ଉତ୍ତରାଖଣ୍ଡରେ ଆଲମୋଡାରେ ବଡ଼ ଧରଣର ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପ୍ରଶାସନିକ ଅଧିକାରୀ ଏବଂ ଏସ୍‌ଡି଼ଆର୍‌ଏଫ୍‌ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।


   ସୂଚନା ଅନୁସାରେ, ଉତ୍ତରଖଣ୍ଡର ଆଲମୋରା ଜିଲ୍ଲାର ଭିକିଆସେନ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଗଭୀର ଘାଟିରେ ଖସିପଡ଼ିଛି । ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ଯାତ୍ରୀମାନଙ୍କୁ ଭିକିଆସେନର ସରକାରୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏସ୍‌ଡି଼ଆର୍‌ଏଫ୍‌ ଦଳ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରୁଛନ୍ତିି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଘଟଣାକୁ ନେଇ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି  ଦୁଃଖ ପ୍ରକାଶ କରିବା ସହ ଗୁରୁତରଙ୍କୁ ଉତ୍ତମ ଚିକିତ୍ସା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।