ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ

ଭୁବନେଶ୍ୱର: ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ । ଆସନ୍ତା ଫେବ୍ରୁଆରି ୧୫ ତାରିଖରୁ ୨୫ ତାରିଖ ଭିତରେ ହେବ ଯୁକ୍ତ ଦୁଇ ପରୀକ୍ଷା । ଡିସେମ୍ବର ୧୫ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ । ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ ଭିତରେ ହେବ । ଯେଉଁମାନେ ଏହି ସମୟରେ ଇଣ୍ଟରନାଲ ଦେଇପାରିବେ ନାହିଁ, ସେମାନେ ଜାନୁଆରି ୧୦ରୁ ୧୫ ତାରିଖ ଭିତରେ ଇଣ୍ଟରନାଲ ପରୀକ୍ଷା ଦେବା ପାଇଁ ଆଉ ଏକ ସୁଯୋଗ ପାଇବେ ।
ଜାନୁଆରି ୨ରୁ ୧୫ ତାରିଖ ଯାଏଁ ହେବ ପ୍ରାକ୍ଟିକାଲ ପରୀକ୍ଷା । ଏକ୍ସ ରେଗୁଲାର ଫର୍ମ ଫିଲଅପ ଅକ୍ଟୋବର ୧୩ ରୁ ନଭେମ୍ବର ୨୨ ତାରିଖ ଯାଏଁ ଚାଲିବ । ସେହିପରି ଆସନ୍ତା ଅକ୍ଟୋବର ୨୦ରୁ ନଭେମ୍ବର ୨୨ ତାରିଖ ଯାଏ ରେଗୁଲାର ପିଲାଙ୍କ ଫର୍ମ ଫିଲଅପ । ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା । ଏଥର ନୂଆ ୮୯ଟି ପରୀକ୍ଷା ସେଣ୍ଟର ଅପଗ୍ରେଡ ସ୍କୁଲରେ ହେବ । ସମୁଦାୟ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା । ଏଥର ନୂଆ କରି ପ୍ରୋଭିଜନାଲ ସାର୍ଟିଫିକେଟକୁ ଡିଜିଟାଲ କରାଯିବ । ଏନେଇ ଉଚ୍ଚ ମାଧ୍ୟମିକ ପରିଷଦ ସୂଚନା ଦେଇଛନ୍ତି ।