ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା
ଭୁବନେଶ୍ୱର : ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଆଜି ସମୀକ୍ଷା ବୈଠକ ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ନୂଆ ଏବଂ ପୁରୁଣା ସମସ୍ତଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ଏହି ସପ୍ତାହରେ ଟଙ୍କା ପାଇବେ । ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧୀକାରୀଙ୍କୁ ମିଳିବ ୫ ହଜାର । ଏହା ସହ ପୂର୍ବରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣ ପୁଣି ଥରେ ସାମିଲ୍ ହେବେ । ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି ଏବଂ ସେମାନଙ୍କୁ ଏକା ବେଳକେ ଦୁଇଟି କିସ୍ତି ଦିଆଯିବ ।
Samir Kumar Rout