ଚାନ୍ଦବାଲୀ ଲଜ୍ଜା : ୧୦ ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

ଚାନ୍ଦବାଲୀ ଲଜ୍ଜା : ୧୦ ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

ଭଦ୍ରକ : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି । ଆଜି ପିିଡ଼ୀତାଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟକ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ତଦନ୍ତ କରି ଅଭିଯୁକ୍ତକୁ କଠୋରରୁ ଅତି କୋଠର ଦଣ୍ଡବିଧାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୁଚନା ଦେଇଛନ୍ତି । ଆଜି ଏହି ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବାବେଳେ ଅନ୍ୟ ୪ ଜଣଙ୍କୁ ସନ୍ଦେହରେ ଅଟକ ରଖାଯାଇଛି । ଘଟଣାସ୍ଥଳରେ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ଛାନଭିନ୍‌ ଜାରି ରଖିଛି । ସେପଟେ ମୃତକଙ୍କୁ ନ୍ୟାୟ ଦାବିରେ ହାଟପଟି, ମଧୁବାବୁ ଛକ ଓ ବସ୍‌ଷ୍ଟାଣ୍ଡରେ ସ୍ଥାନୀୟଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ ।