ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ
ସମ୍ବଲପୁର : ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ-ଜିଏମୟୁର ବାଣିଜ୍ୟ ବିଭାଗର ସ୍ନାତକୋତ୍ତର ଛାତ୍ରଛାତ୍ରୀମାନଙ୍କର ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ବାଣିଜ୍ୟ ବିଭାଗର ବିଭାଗୀୟ ମୁଖ୍ୟ ଡ଼. ପ୍ରିୟବ୍ରତ ପଣ୍ଡା ସଂଯୋଜନା କରିଥିଲେ । ଏଥିରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଡିଏଫଓ ଅଂଶୁ ପ୍ରଜ୍ଞା ଦାସ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କ ଶିକ୍ଷା ଓ ପ୍ରାକ୍ ବୃତ୍ତିଗତ ଶିକ୍ଷା ବିଷୟରେ ଆଲୋକପାତ କରିଥିଲେ । ବିଭାଗର ଅଧ୍ୟାପକ ଡ. ମୁକେଶ ଶର୍ମା ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ବିଭାଗର ପ୍ରାକ୍ତନ ବିଭାଗୀୟ ମୁଖ୍ୟ ପ୍ରଫେସର ଡ଼.ଶ୍ୟାମା ଚରଣ ଆଚାର୍ଯ୍ୟ ଛାତ୍ରଛାତ୍ରୀମାନଙ୍କୁ କାର୍ଯ୍ୟକ୍ରମର ଉଦେ୍ଦଶ୍ୟ ସମ୍ପର୍କରେ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଡ଼. କ୍ଷୀରୋଦ ଚନ୍ଦ୍ର ମହାରଣା, ସହକାରୀ ଅଧ୍ୟାପକ ଡ. ଜ୍ଞାନ ରଞ୍ଜନ ବଳ ପାଠ୍ୟକ୍ରମର ପରୀକ୍ଷା ପଦ୍ଧତି ଓ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରିଥିଲେ । ଅଧ୍ୟାପକ ସୁଭାଷ ଚନ୍ଦ୍ର ଝାଙ୍କର ଧନ୍ୟବାଦ ଅର୍ପଣ କରିଥିଲେ ।