ଜଗତସିଂହପୁର ଜିଲ୍ଲାର କୃତିତ୍ୱ
ଜଗତସିଂହପୁର : ଓଡିଶା ସାହିତ୍ୟ ଏକାଡେମୀର ୬୮ ତମ ସ୍ୱନକ୍ଷତ୍ର ଦିବସ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଯାଇଛି । ଏହି ଦିବସ ଉପଲକ୍ଷେ ଆୟୋଜିତ ବିଭିନ୍ନ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ପର୍କିତ ପ୍ରତିଯୋଗିତାରେ ଜଗତସିଂହପୁର ଜିଲ୍ଲାର ୨ଜଣ ଛାତ୍ରୀ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ଏବଂ ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଦ୍ୱାରା ପୁରସ୍କୃତ ହୋଇ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ସେମାନେ ହେଲେ, ବରିଷ୍ଠ ବର୍ଗ କବିତା ଆବୃତ୍ତି ରେ କେନ୍ଦ୍ରୀୟ ବିଦ୍ୟାଳୟ ଜଗତସିଂହପୁରର ଦଶମ ଶ୍ରେଣୀ ଛାତ୍ରୀ ଦୀପଶିଖା ମିଶ୍ର ଦ୍ୱିତୀୟ ଏବଂ ବରିଷ୍ଠ ବର୍ଗ ସାହିତ୍ୟ ସମ୍ପର୍କିତ ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ସରକାରୀ ଉଚ୍ଚ ବିଦ୍ୟାଳୟ, ନାଉଗାଁ ହାଟର ଦଶମ ଶ୍ରେଣୀ ଛାତ୍ରୀ ଗାୟତ୍ରୀ ପଲେଇ ।